Advertisment

କଞ୍ଚା ଇଲିସି ମାଛ ବେସର

ଏହାକୁ ଆପଣ ଭାତ ଓ ରୁଟି ସହ ଖାଇପାରିବେ।

author-image
Tapaswini Nayak
ଅଦ୍ୟତନ ହୋଇଛି
hilsah

hilsah

ଇଲିସି ମାଛ, କଟା ପିଆଜ, କଟା ଟମାଟୋ, କଞ୍ଚା ଲଙ୍କ।, କଟା ରସୁଣ, ଅଦା ଓ ରସୁଣ ପେଷ୍ଟ, ବଟା ସୋରିଷ, ସୋରିଷ ତେଲ, ଲୁଣ, ହଳଦୀ, ଲଙ୍କା ଗୁଣ୍ଡ ଓ କରି ପାଉଡର।

Advertisment

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଇଲିସି ମାଛକୁ ଭଲ ଭାବେ ଧୋଇ ଦିଅନ୍ତୁ। ତା’ପରେ ସେଥିରେ ଲୁଣ ଓ ହଳଦୀ ପକାଇ ଭଲ ଭାବେ ଗୋଳାଇ ରଖି ଦିଅନ୍ତୁ।

କଡ଼େଇରେ ସୋରିଷ ତେଲ ଗରମ କରନ୍ତୁ। ସେଥିରେ କଞ୍ଚା ପିଆଜ ପକାଇ ଭାଜନ୍ତୁ। ପିଆଜ ଲାଲ ହେବା ପରେ ଅଦା ଓ ରସୁଣ ପେଷ୍ଟ ଦିଅନ୍ତୁ। ତା’ସହିତ ଛୋଟ ଛୋଟ ଖଣ୍ଡରେ କଟା ହୋଇଥିବା ରସୁଣ ପକାନ୍ତୁ । ଏହା ତରକାରୀର ସ୍ୱାଦକୁ ବଢ଼ାଇଥାଏ। ଟମାଟୋ ଓ କରି ପାଉଡର ପକାଇ ମସଲାକୁ କଷନ୍ତୁ।

Advertisment

ମସଲା କଷି ହେବା ପରେ ବଟା ସୋରିଷ ପକାଇ ଆବଶ୍ୟକ ଅନୁଯାୟୀ ପାଣି ଦିଅନ୍ତୁ। ଏହା ଫୁଟିବା ପରେ କଞ୍ଚା ଇଲିସି ମାଛକୁ ସେଥିରେ ପକାନ୍ତୁ ଓ କଡ଼େଇକୁ ଘୋଡ଼ାଇ ଦିଅନ୍ତୁ। ସ୍ୱାଦ ଅନୁସାରେ ଆପଣ ଏଥିରେ ଲୁଣ ପକାଇ ପାରିବେ।

ମାଛ ସିଝିଯିବା ପରେ ସେଥିରେ ଡାଲଚିନ ଗୁଣ୍ଡ, ଧନିଆ ପତ୍ର ପକାନ୍ତୁ ଏବଂ କଡ଼େଇକୁ ଚୁଲିରୁ ଓହ୍ଲାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା କଞ୍ଚା ଇଲିସି ମାଛ ବେସର।  ଏହାକୁ ଆପଣ ଭାତ ଓ ରୁଟି ସହ ଖାଇପାରିବେ। 

Odia Food Recipe Hilsah Fish Curry