Advertisment

‘ମସରୁମ୍ କୋର୍‌ମା’

ଏହି ରେସିପିଟିକୁ ଆପଣ ରୁଟି କିମ୍ବା ପରଟା ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ। ଏହି ରେସିପିଟିକୁ ବନେଇ ନିଜେ ଖାଆନ୍ତୁ ଓ ଘର ଲୋକଙ୍କୁ ପରଷନ୍ତୁ ।

author-image
Tapaswini Nayak
mushroom korma

mushroom korma

ଆବଶ୍ୟକ ସାମଗ୍ରୀ:  ଛତୁ, ଦହି, ନଡ଼ିଆ କୋରା, ଚାରମଗଜ,କାଜୁ,ଅଦା ଓ ରସୁଣ ପେଷ୍ଟ, କଟା ଗାଜର, କଟା ପିଆଜ, କଟା କଞ୍ଚା ଲଙ୍କା, କଟା ଧନିଆ ପତ୍ର, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା, ଗୁଜୁରାତି, ଡାଲଚିନି, ଲବଙ୍ଗ, ତେଜପତ୍ର, ଫାଇନ୍ ତେଲ ଓ ସ୍ୱାଦନୁସାରେ ଲୁଣ ।

Advertisment

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚାରମଗଜ ଓ କାଜୁକୁ ପାଣିରେ ଭିଜାଇ ରଖନ୍ତୁ। ଏହା ଭଲଭାବେ ଭିଜି ଗଲା ପରେଏହାକୁ ଛାଣି ରଖନ୍ତୁ। ଏହାପରେ କୋରା ନଡ଼ିଆ, ଅଳ୍ପ ପିଆଜ ସହିତ ଭିଜା ଯାଇଥିବା ଚାରମଗଜ ଏବଂ କାଜୁକୁ ଗ୍ରାଇଣ୍ଡରରେ ପକାଇ ପେଷ୍ଟ୍ ପ୍ରସ୍ତୁତ କରି ଦିଅନ୍ତୁ।

ଏହାପରେ ଚୁଲିରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେଲାପରେ ସେଥିରେ ଜିରା, ତେଜପତ୍ର, ଲବଙ୍ଗ, ଗୁଜୁରାତି ଓ ଡାଲଚିନି ପକାଇ ଅଳ୍ପ ଭାଜି ଦିଅନ୍ତୁ। ଏହାପରେ ପିଆଜ, କଞ୍ଚା ଲଙ୍କା ପକାଇ ଲାଲ୍ ହେବ ଯାଏ ଭାଜନ୍ତୁ। ଏହା ପରେ ସେଥିରେ ଅଦାରସୁଣ ପେଷ୍ଟ୍‌, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ହଳଦୀ, ଲଙ୍କା ଗୁଣ୍ଡ ଓ ସ୍ୱାଦ ଅନୁସାରେ ଲୁଣ ପକାଇ କଷନ୍ତୁ। ମସଲା ଭଲ ଭାବେ କଷି ହେବା ପରେ ଛତୁ ଓ ଗ୍ରୀନ୍‌ ମଟର ପକାଇ ଗୋଳାଇ ଦେଇ କିଛି ସମୟ ସିଝିବାକୁ ଛାଡ଼ି ଦିଅନ୍ତୁ । ଏବେ ସେଥିରେ କାଜୁ ପେଷ୍ଟକୁ ପକାଇ ଭଲଭାବେ ଗୋଳାଇ ଦିଅନ୍ତୁ।

Advertisment

ଏହାପରେ ଅଳ୍ପ ଦହି ଓ ପାଣି ଦେଇ କିଛି ସମୟ ଏହାକୁ ଘୋଡ଼େଇ ଦିଅନ୍ତୁ। ତରକାରିରେ ପାଣି ଫୁଟି ଟିକେ ଶୁଖିଗଲା ପରେ ଚୁଲିକୁ ବନ୍ଦ କରି ଏକ ପାତ୍ରକୁ କାଢି ଦିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ସୁଆଦିଆ ‘ମସରୁମ୍ କୋର୍‌ମା’। ଏହି ରେସିପିଟିକୁ ଆପଣ ରୁଟି କିମ୍ବା ପରଟା ସହିତ ଖାଇଲେ ବେଶୀ ସୁଆଦିଆ ଲାଗିଥାଏ। ଏହି ରେସିପିଟିକୁ ବନେଇ ନିଜେ ଖାଆନ୍ତୁ ଓ ଘର ଲୋକଙ୍କୁ ପରଷନ୍ତୁ ।

Orissa Food