Bhitarkanika
ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ଆଜିଠୁ ଭିତରକନିକା ବନ୍ଦ । ଆଜିଠୁ ଆସନ୍ତା ୧୩ ତାରିଖ ଯାଏଁ ୯ ଦିନ ଧରି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା।
Advertisment
୫ଟି ରେଞ୍ଜରେ ଗଣନା ଚାଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ । କୁମ୍ଭୀର ଗଣନାରେ ବନବିଭାଗ ଟିମ୍ ଓ ବିଶେଷଜ୍ଞ ଦଳ ସାମିଲ ରହିବେ ।
ମହାକାଳପଡ଼ା, ରାଜନଗର, ଗହିରମଥା, କନିଆ ସମେତ ସଂଲଗ୍ନ ନଦୀନାଳ ମାନଙ୍କରେ ମଧ୍ୟ ଗଣନା କରାଯିବ ବୋଲି ଡିଏଫଓ ସୂଚନା ଦେଇଛନ୍ତି ।
Advertisment
ଏନେଇ ରାଜନଗର ଡିଏଫଓ ସୁଦର୍ଶନ ଗୋପୀନାଥ ଯାଦବ କହିଛନ୍ତି, ୯ ତାରିଖରେ କର୍ମଚାରୀଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରହିଛି। ଏହାପରେ ୧୦, ୧୧ ଓ ୧୨ ତାରିଖରେ ଗଣନା କରାଯିବ । ସବୁ ଜାଗାରେ ଥିବା କୁମ୍ଭୀର ଗଣନା କରିବାକୁ ଯଥାସାଧ୍ୟ ଚେଷ୍ଟା କରାଯିବ ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
