ଓଡିଶା ବଜେଟ୍ ୨୦୨୧

ଆଜି ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।  ପ୍ରାୟ ୧ ଲକ୍ଷ ୭୦ ହଜାର ଟଙ୍କାର ପେପରଲେସ ବଜେଟ ଉପସ୍ଥାପନ କରିପାରନ୍ତି ଅର୍ଥମନ୍ତ୍ରୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ ବଜେଟର ପରିମାଣ ୧୩ ପ୍ରତିଶତ ବଢ଼ିଛି ବୋଲି କୁହାଯାଉଛି। ବିଭିନ୍ନ କ୍ଷେତ୍ରରେ ବର୍ଦ୍ଧିତ ଖର୍ଚ୍ଚକୁ ସରକାର କିପରି ପରିଚାଳନା କରୁଛନ୍ତି ତା ଉପରେ ସମସ୍ତଙ୍କ ନଜର ରହିଛି।

ଓଡିଶା ବଜେଟ୍ ୨୦୨୧

ଓଡିଶା ବଜେଟ୍ ୨୦୨୧

Ordigital Desk
  • Published: Monday, 22 February 2021
  • Updated: 22 February 2021, 04:15 PM IST

Sports

Latest News

Posted by:-Ordigital Desk, 4 years ago (Monday, 22 Feb 2021)
  • ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୫ଶହ କୋଟି ବ୍ୟୟବରାଦ। ସ୍ୱାଭିମାନ ଅଞ୍ଚଳର ବିକାଶ ପାଇଁ ୫୦ କୋଟି ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • ନୂଆ ବିମାନ ବନ୍ଦର ଜମି ଅଧିଗ୍ରହଣ ପାଇଁ ଶହେ କୋଟି। କଟକରେ ବସ୍ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ। ବରମୁଣ୍ଡା ବସ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ। ସାଗର ମାଳା ଯୋଜନାରେ କୋଷ୍ଟାଲ ହାଇୱେ ପାଇଁ ୩୪ କୋଟି ଟଙ୍କା। ଲ୍ୟାଣ୍ଡବ୍ୟାଙ୍କ ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ୪୬୫ କୋଟି ଟଙ୍କା ବ୍ୟୟବରାଦ।

Posted by:-Ordigital Desk, 4 years ago (Monday, 22 Feb 2021)
  • ବ୍ଲକସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅତିରିକ୍ତ ଶହେ କୋଟି। ୧ ଟଙ୍କାରେ ଚାଉଳ ଯୋଗାଣ ପାଇଁ ୯୬୯ କୋଟି ବ୍ୟୟବରାଦ। ବିପର୍ଯ୍ୟୟ ସହନୀୟ ବିଦ୍ୟୁତ ଯୋଗାଣ ପାଇଁ ୫୦ କୋଟି ଟଙ୍କା। ହାତୀ କରିଡ଼ର ବିଦ୍ୟୁତ ଯୋଗାଣ ପାଇଁ ୧୨୦ କୋଟି। ବିଜୁ ଏକ୍ସପ୍ରେସ ୱେ  ପାଇଁ ୧୦୦ କୋଟି ବ୍ୟୟବରାଦ ଯୋଜନା। ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ।

Posted by:-Ordigital Desk, 4 years ago (Monday, 22 Feb 2021)
  • ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ। ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ। ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ। ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟବରାଦ। ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • ସ୍ୱାସ୍ଥ୍ୟସେବା ପାଇଁ ମୋଟ ୯୧୬୪ କୋଟି ବ୍ୟୟବରାଦ। ଦୁର୍ଘଟଣାରେ ଗୁରୁତରଙ୍କୁ ଚିକିତ୍ସା ପାଇଁ ଫ୍ରି ଟ୍ରମା କେୟାର ଯୋଜନା। ଫ୍ରି ଟ୍ରମା କେୟାର ଯୋଜନା ପାଇଁ ୪୦ କୋଟି ଟଙ୍କା ବ୍ୟୟବରାଦ।

Posted by:-Ordigital Desk, 4 years ago (Monday, 22 Feb 2021)
  • ରାଉରକେଲା ହକି ଷ୍ଟାଡିୟମ ପାଇଁ ୯୦ କୋଟି ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • ପୁରୀ ପାଇଁ ଅବଢ଼ା ଯୋଜନାରେ ୫୪୨ କୋଟି ବ୍ୟୟବରାଦ କରାଯାଇଛି। ଏକାମ୍ର କ୍ଷେତ୍ର ପାଇଁ ୨ଶହ ଓ ସମଲେଇ ପାଇଁ ୨ଶହ କୋଟି ବ୍ୟୟବରାଦ।

Posted by:-Ordigital Desk, 4 years ago (Monday, 22 Feb 2021)
  • SCBକୁ ଏମ୍ସ ପ୍ଲସ କରିବାକୁ ୩୫୦୦ କୋଟି ବ୍ୟୟ ଯୋଜନା। SCB ପାଇଁ ଚଳିତ ବର୍ଷ ୫ଶହ କୋଟି ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି। ୧.୭୦ ଲକ୍ଷରୁ ୧, ୨୫, ୬୦୦ କୋଟି ଟିକସ ଓ ଅନୁଦାନରୁ ପ୍ରାପ୍ତି ଲକ୍ଷ୍ୟ ରହିଛି। ଋଣରୁ ପ୍ରାୟ ୪୪ ହଜାର ୪୦୦ କୋଟି ପ୍ରାପ୍ତି ଲକ୍ଷ୍ୟ। ନେଟ୍ ଋଣ ପରିମାଣ ୧୮, ୪୬୫ କୋଟି ରହିବ।

Posted by:-Ordigital Desk, 4 years ago (Monday, 22 Feb 2021)
  • କୋଭିଡ଼ ସତ୍ତ୍ୱେ ଚଳିତ ବର୍ଷ ରାଜସ୍ୱ ଆୟ ୧୦% ବୃଦ୍ଧି ଆକଳନ କରାଯାଇଛି। ଚଳିତ ବର୍ଷ ଋଣ ଭାର GSDPର ୨୦.୯% ହେବା ଆକଳନ।

Posted by:-Ordigital Desk, 4 years ago (Monday, 22 Feb 2021)
  • କୃଷି ବଜେଟ ପାଇଁ ମୋଟ ୧୭, ୪୬୮ କୋଟି ବ୍ୟୟବରାଦ। ଓମ୍ବାଡସି ଓ ଡିଏମ୍ଏଫରୁ କୃଷି କ୍ଷେତ୍ରରେ ୪୪୭ କୋଟି ବିନିଯୋଗ ହେବ, ମନରେଗାରୁ ୧୯୬୬ କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ ଯୋଜନା କରାଯାଇଛି। ୨୦୨୧-୨୨ରେ କୃଷି କ୍ଷେତ୍ରରେ ପ୍ରାୟ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • ପଶୁଙ୍କୁ ଚିକିତ୍ସା ପାଇଁ ଆରମ୍ଭ ହେବ ପଶୁ ହେଲପ ଲାଇନ ସେବା, ରାଜ୍ୟରେ ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳୟ।

Posted by:-Ordigital Desk, 4 years ago (Monday, 22 Feb 2021)
  • ବିପର୍ଯ୍ୟୟରେ ତ୍ୱରିତ କ୍ଷତିପୂରଣ ପାଇଁ ୫୬୦ କୋଟି ବ୍ୟୟବରାଦ। ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି ବ୍ୟୟବରାଦ। ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • ପାର୍ବତୀ ଗିରି ଜଳସେଚନ ଯୋଜନା ପାଇଁ ୮୬୦ କୋଟି ବ୍ୟୟବରାଦ, ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ଟଙ୍କା ବ୍ୟୟବରାଦ, ନବକୃଷ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ, ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା, ବନ୍ୟା ନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • କାଳିଆ ଯୋଜନା ପାଇଁ ୧୮୦୦ କୋଟି ଟଙ୍କା ବ୍ୟୟବରାଦ। ବିହନ ପାଇଁ ୧୦୦ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠିଉଦ୍ୟାନ। କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟବରାଦ। ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ କରାଯାଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • ଇ-ବଜେଟ ଉପସ୍ଥାପନରେ ଓଡ଼ିଶା ସମ୍ଭବତଃ ଦେଶରେ ପ୍ରଥମ। ଓଡ଼ିଶା ଅର୍ଥନୀତିର ଅଭିବୃଦ୍ଧି ହାର ଜାତୀୟ ହାର ତୁଳନାରେ ବଢ଼ିଚାଲିଛି। ଚଳିତ ବର୍ଷ ଜିଡିପି ୪.୯ ହ୍ରାସ ହେବ ବୋଲି ଆକଳନ କରାଯାଇଛି। ଚାଷୀ, ସ୍ୱୟଂସହାୟିକା ଗୋଷ୍ଠୀକୁ ଅଧିକ ଋଣ ଦେବା ଯୋଜନା ହୋଇଛି।

Posted by:-Ordigital Desk, 4 years ago (Monday, 22 Feb 2021)
  • ବଜେଟ୍ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ କହିଲେ, କୋଭିଡ୍ ମହାମାରୀ ମାନବଜାତିକୁ ବଡ଼ ସଂକଟରେ ପକାଇଥିଲା। ସରକାରଙ୍କ ସକାରାତ୍ମକ ଚିନ୍ତାଧାରା ମହାମାରୀକୁ ମୁକାବିଲା କରିପାରିଥିଲା। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓଡ଼ିଶାକୁ ପ୍ରଶଂସା କରିଛନ୍ତି। ଆଉ କିଛି ଦିନ ଆମକୁ ସତର୍କ ଓ ସାବଧାନ ରହିବାକୁ ପଡ଼ିବ।

Posted by:-Ordigital Desk, 4 years ago (Monday, 22 Feb 2021)
  • ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

Posted by:-Ordigital Desk, 4 years ago (Monday, 22 Feb 2021)
  • ଆଜି ରାଜ୍ୟ ବଜେଟ୍; ଗତ ବର୍ଷ ତୁଳନାରେ ୧୩ ପ୍ରତିଶତ ବଢ଼ିଛି ବଜେଟ୍ ପରିମାଣ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos