OR Bureau     5:47 pm, February 22, 2021

ଓଡିଶା ବଜେଟ୍ ୨୦୨୧

ଆଜି ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।  ପ୍ରାୟ ୧ ଲକ୍ଷ ୭୦ ହଜାର ଟଙ୍କାର ପେପରଲେସ ବଜେଟ ଉପସ୍ଥାପନ କରିପାରନ୍ତି ଅର୍ଥମନ୍ତ୍ରୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ ବଜେଟର ପରିମାଣ ୧୩ ପ୍ରତିଶତ ବଢ଼ିଛି ବୋଲି କୁହାଯାଉଛି। ବିଭିନ୍ନ କ୍ଷେତ୍ରରେ ବର୍ଦ୍ଧିତ ଖର୍ଚ୍ଚକୁ ସରକାର କିପରି ପରିଚାଳନା କରୁଛନ୍ତି ତା ଉପରେ ସମସ୍ତଙ୍କ ନଜର ରହିଛି।

5:47 pm, February 22, 2021

ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୫ଶହ କୋଟି ବ୍ୟୟବରାଦ। ସ୍ୱାଭିମାନ ଅଞ୍ଚଳର ବିକାଶ ପାଇଁ ୫୦ କୋଟି ବ୍ୟୟବରାଦ କରାଯାଇଛି।

5:41 pm, February 22, 2021

ନୂଆ ବିମାନ ବନ୍ଦର ଜମି ଅଧିଗ୍ରହଣ ପାଇଁ ଶହେ କୋଟି। କଟକରେ ବସ୍ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ। ବରମୁଣ୍ଡା ବସ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ। ସାଗର ମାଳା ଯୋଜନାରେ କୋଷ୍ଟାଲ ହାଇୱେ ପାଇଁ ୩୪ କୋଟି ଟଙ୍କା। ଲ୍ୟାଣ୍ଡବ୍ୟାଙ୍କ ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ୪୬୫ କୋଟି ଟଙ୍କା ବ୍ୟୟବରାଦ।

5:35 pm, February 22, 2021

ବ୍ଲକସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅତିରିକ୍ତ ଶହେ କୋଟି। ୧ ଟଙ୍କାରେ ଚାଉଳ ଯୋଗାଣ ପାଇଁ ୯୬୯ କୋଟି ବ୍ୟୟବରାଦ। ବିପର୍ଯ୍ୟୟ ସହନୀୟ ବିଦ୍ୟୁତ ଯୋଗାଣ ପାଇଁ ୫୦ କୋଟି ଟଙ୍କା। ହାତୀ କରିଡ଼ର ବିଦ୍ୟୁତ ଯୋଗାଣ ପାଇଁ ୧୨୦ କୋଟି। ବିଜୁ ଏକ୍ସପ୍ରେସ ୱେ  ପାଇଁ ୧୦୦ କୋଟି ବ୍ୟୟବରାଦ ଯୋଜନା। ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ।

5:34 pm, February 22, 2021

ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ। ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ। ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ। ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟବରାଦ। ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

5:22 pm, February 22, 2021

ସ୍ୱାସ୍ଥ୍ୟସେବା ପାଇଁ ମୋଟ ୯୧୬୪ କୋଟି ବ୍ୟୟବରାଦ। ଦୁର୍ଘଟଣାରେ ଗୁରୁତରଙ୍କୁ ଚିକିତ୍ସା ପାଇଁ ଫ୍ରି ଟ୍ରମା କେୟାର ଯୋଜନା। ଫ୍ରି ଟ୍ରମା କେୟାର ଯୋଜନା ପାଇଁ ୪୦ କୋଟି ଟଙ୍କା ବ୍ୟୟବରାଦ।

5:22 pm, February 22, 2021

ରାଉରକେଲା ହକି ଷ୍ଟାଡିୟମ ପାଇଁ ୯୦ କୋଟି ବ୍ୟୟବରାଦ କରାଯାଇଛି।

5:21 pm, February 22, 2021

ପୁରୀ ପାଇଁ ଅବଢ଼ା ଯୋଜନାରେ ୫୪୨ କୋଟି ବ୍ୟୟବରାଦ କରାଯାଇଛି। ଏକାମ୍ର କ୍ଷେତ୍ର ପାଇଁ ୨ଶହ ଓ ସମଲେଇ ପାଇଁ ୨ଶହ କୋଟି ବ୍ୟୟବରାଦ।

5:20 pm, February 22, 2021

SCBକୁ ଏମ୍ସ ପ୍ଲସ କରିବାକୁ ୩୫୦୦ କୋଟି ବ୍ୟୟ ଯୋଜନା। SCB ପାଇଁ ଚଳିତ ବର୍ଷ ୫ଶହ କୋଟି ବ୍ୟୟବରାଦ କରାଯାଇଛି।

5:19 pm, February 22, 2021

ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି। ୧.୭୦ ଲକ୍ଷରୁ ୧, ୨୫, ୬୦୦ କୋଟି ଟିକସ ଓ ଅନୁଦାନରୁ ପ୍ରାପ୍ତି ଲକ୍ଷ୍ୟ ରହିଛି। ଋଣରୁ ପ୍ରାୟ ୪୪ ହଜାର ୪୦୦ କୋଟି ପ୍ରାପ୍ତି ଲକ୍ଷ୍ୟ। ନେଟ୍ ଋଣ ପରିମାଣ ୧୮, ୪୬୫ କୋଟି ରହିବ।

5:18 pm, February 22, 2021

କୋଭିଡ଼ ସତ୍ତ୍ୱେ ଚଳିତ ବର୍ଷ ରାଜସ୍ୱ ଆୟ ୧୦% ବୃଦ୍ଧି ଆକଳନ କରାଯାଇଛି। ଚଳିତ ବର୍ଷ ଋଣ ଭାର GSDPର ୨୦.୯% ହେବା ଆକଳନ।