Poison
ସ୍କୁଲରୁ ଫେରି ଘରେ ମୋବାଇଲ ଦେଖୁଥିଲା ପୁଅ। ମା’ ଆକଟ କରିବାରୁ ବିଷ ପିଇ ଦେଲା ପୁଅ। ଏଭଳି ଅଭାବନୀୟ ଘଟଣା
ଘଟିଛି କେନ୍ଦୁଝର ସଦର ଥାନା ଅନ୍ତର୍ଗତ ବରଦାପାଳ ଗାଁରେ। ନାବାଳକ ଜଣଙ୍କ ଅଷ୍ଟମ ଶ୍ରେଣୀର ଛାତ୍ର। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Advertisment
ପୂରା ଘଟଣା ଥିଲା ଏମିତି, ଗତକାଲି ସ୍କଲରୁ ଫେରି ପୁଅ ମୋବାଇଲ ଦେଖୁଥିଲା। କାହିଁକି ମୋବାଇଲ ଦେଖୁଛୁ, ପାଠ ପଢ଼ ବୋଲି ମା’ ଆକଟ କରିଥିଲା। ଏଥିପାଇଁ ପୁଅ ରାଗିଯାଇ ବିଷ ପିଇ ଦେଇଥିଲା। ପରିବାର ଲୋକେ ନାବାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚିକିତ୍ସା ପରେ ପିଲାଟିର ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି।
ନାବାଳକଙ୍କ ମା’ କହିଛନ୍ତି, ସ୍କୁଲରୁ ଆସି ପୁଅ ସବୁବେଳେ ତାର ବାପାର ମୋବାଇଲ ଧରି ଦେଖେ। ମୁଁ ତା’ ଉପରେ ପାଟି କରିଥିଲି।ପୁଅ ରାଗି ଯାଇ ବିଷ ପିଇଦେଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
