ମହିଳାଙ୍କୁ ଶୁଣ୍ଢରେ ଧରି କଚାଡି ଦେଲା ଦନ୍ତା। ଘଟଣା ଘଟିଛି ସୁନ୍ଦରଗଡ ଜିଲ୍ଲା କୋଇଡା ବନାଞ୍ଚଳ ଅନ୍ତର୍ଗତ କନ୍ତରକୋଇଡା ଗ୍ରାମର ମୁଣ୍ଡା ବସ୍ତିରେ। ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଆହତ ମହିଳା ହେଲେ ମୁଣ୍ଡାବସ୍ତିର ଘାସିରାମ ମୁଣ୍ଡାଙ୍କ ପତ୍ନୀ ଟୁଣୀ ମୁଣ୍ଡା ।
ଗତକାଲି ସନ୍ଧ୍ୟାରେ ଟୁଣୀ ଘର ବାହାରେ କୌଣସି କାମ କରୁଥିଲେ। ଏହି ସମୟରେ ଗୋଠ ଛଡ଼ା ଦନ୍ତା ହାତୀଟି ଆସି ଘର ଭାଙ୍ଗି ଦେଇଥିଲା। ଟୁଣୀ ଆସି ହାତୀଟିକୁ ଘଉଡାଇବାରୁ ତାଙ୍କୁ ଶୁଣ୍ଢରେ ଉଠାଇ କଚାଡି ଦେଇଥିଲା।
Also Read
କୋଇଡା ବନ ବିଭାଗ କର୍ମଚାରୀ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ହାତୀଟିକୁ ଘଉଡାଇଥିଲେ। ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି କୋଇଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ବାରମ୍ବାର ହାତୀ ଗ୍ରାମବାସୀଙ୍କୁ ଆକ୍ରମଣ କରୁଥିବା ବେଳେ ବନ ବିଭାଗ କୌଣସି ପଦକ୍ଷେପ ନ ନେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।
Miscellaneous
ଗଞ୍ଜାମରୁ ବ୍ରହ୍ମଗିରି ଯାଉଥିଲା ୪ କ୍ୱିଣ୍ଟାଲ ଗଞ୍ଜେଇ, ମାଡ଼ି ବସିଲା ଅବକାରୀ ବିଭାଗ
ଏତେ ପରିମାଣର ଗଞ୍ଜେଇ ଗଞ୍ଜାମର ଶେରଗଡ଼ ଅଞ୍ଚଳରୁ ନିରାକାରପୁର ଦେଇ ବ୍ରହ୍ମଗିରି ଯାଉଥିଲା। କିନ୍ତୁ ନରାକରପୁର ଠାରେ ଏହାକୁ ଜବତ କରାଯାଇଛି।
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।