Advertisment

ଆଜିଠାରୁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
undefined

similipalgate

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ। ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି।ଯଶିପୁର
କାଳିଆଣି ଗେଟ୍ ଦେଇ ୩୫ଟି ଗାଡ଼ି ଏବଂ ବାରିପଦା ଲୁଲୁଙ୍ଗ ପଟୁ ୨୫ଟି ଗାଡ଼ିକୁ ପ୍ରବେଶ ଅନୁମତି ରହିଛି। ଏଥିପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବନ୍ଦୋବସ୍ତ କରିଛନ୍ତି।

Advertisment

ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି। ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପକ୍ଷରୁ ପର୍ଯ୍ୟଟକ ମାନଙ୍କ ପାଇଁ
ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପର୍ଯ୍ୟଟକଙ୍କୁ ଖାଦ୍ୟର ମୂଲ୍ୟ ଦେବାକୁ ପଡ଼ିବ।

ଶିମିଳିପାଳର ଆୟତନ ୨୭ଶହ ୫୦ ବର୍ଗ କିମି ହୋଇଥିବା ବେଳେ,ଏହି ଜାତୀୟ ଉଦ୍ୟାନରେ ୧୦୭୬ ପ୍ରଜାତିର ସ୍ତନ୍ୟପାୟୀ, ୨୩୧ ପ୍ରଜାତିର ପକ୍ଷୀ ଓ ୨୯ ପ୍ରଜାତିର ସରୀସୃପଦେଖିବାକୁ ମିଳନ୍ତି। ଅଭୟାରଣ୍ୟରେ ଥିବା ସୁଉଚ୍ଚ ପର୍ବତମାଳା ଓ ଝରଣାର ମନୋରମ ପରିବେଶ ପର୍ଯ୍ୟଟକଙ୍କୁ ବେଶ ଆମୋଦିତ କରିଥାଏ।

Advertisment
Baripada