ସ୍ୱର୍ଗଦ୍ୱାର ଆପ୍ ଲୋକାର୍ପିତ ହୋଇଛି। ଏଣିକି ସହଜ ହେବ ଶବଦାହ ପାଇଁ ରେଜିଷ୍ଟ୍ରେସନ୍। ଶୁକ୍ରବାର ସନ୍ଧ୍ୟାରେ ସ୍ୱର୍ଗଦ୍ୱାର ପରିସରରେ ‘ସ୍ୱର୍ଗଦ୍ୱାର ମୋବାଇଲ ଆପ’ ଲୋକାର୍ପଣ କରିଛନ୍ତି ପୁରୀ ଜିଲ୍ଲାପାଳ ବିଜୟ କୁମାର ଦାଶ। ସ୍ୱର୍ଗଦ୍ୱାରକୁ ଆସୁଥିବା ଶବ ସଂଖ୍ୟା ବଢୁ ଥିବାରୁ ରେଜିଷ୍ଟ୍ରେସନରେ ଏହା ସହାୟକ ହେବ।
ଦାହସଂସ୍କାର ସେବା ପାଇବାକୁ ଚାହୁଁଥିବା ବ୍ୟକ୍ତି ବିଶେଷ ଏହି ମୋବାଇଲ ଆପରୁ ସ୍ୱର୍ଗଦ୍ୱାରରୁ ମିଳୁଥିବା ସମସ୍ତ ସେବା ବିଷୟରେ ମଧ୍ୟ ସହଜରେ ଜାଣିପାରିବେ। ସୂଚନାଯୋଗ୍ୟ, ଏହି ଆପ-ଓଡ଼ିଆ, ହିନ୍ଦୀ ଓ ଇଂରାଜୀ ଭାଷାରେ ଉପଲବ୍ଧ। ହେବ।
Also Read
ସ୍ୱର୍ଗଦ୍ୱାର ଆପ୍ ଲୋକାର୍ପଣ ଅବସରରେ ଏସ୍ବିଆଇ ପୁରୀ ମୁଖ୍ୟ ଶାଖା ତରଫରୁ ସ୍ଵର୍ଗଦ୍ଵାର ସେବା ସମିତିକୁ ଏକ ହାଇଡ୍ରୋଲିକ ଟ୍ରାକ୍ଟର ଡାଲା ପ୍ରଦାନ କରାଯାଇଥିଲା। ସ୍ୱର୍ଗଦ୍ୱାର ସେବା ସମିତି ପରିଚାଳନା କମିଟି ସଦସ୍ୟ ସିଦ୍ଧାର୍ଥ ରାୟ ,ଷ୍ଟେଟ ବ୍ୟାଙ୍କ ମେନ୍ ବ୍ରାଞ୍ଚ ମୁଖ୍ୟ ପ୍ରବନ୍ଧକ ବିଜୟ କୁମାର ଶତପଥୀ,ସୂଚନା ଲୋକୋ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ,ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜ୍ୟରେ ୪୦ ଲକ୍ଷ ଭୂତ ହିତାଧିକାରୀ ଉଠାଉଛନ୍ତି ରାସନ୍!
ଫେକ୍ ରାସନ କାର୍ଡକୁ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ରାଜ୍ୟରେ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୋଟେ ଗୋଟେ ଜିଲ୍ଲାରେ ଲକ୍ଷେରୁ ଦେଢ ଲକ୍ଷ ଭୂତ ହିତାଧିକାରୀ ଚିହ୍ନଟ ହୋଇ ସାରିଲେଣି। ଏଯାଏ ସମୁଦାୟ ୪୦ ଲକ୍ଷରୁ ଅଧିକ ଭୂତ ହିତାଧିକାରୀଙ୍କୁ ଚିହ୍ନଟ କରାଗଲାଣି।
Miscellaneous
ଜଷ୍ଟିସ ବିଶ୍ୱନାଥ ରଥ ଓଡ଼ିଶା ଲ’ କମିଶନ ଅଧ୍ୟକ୍ଷ
ଆଜି ପୁନର୍ଗଠିତ ଏହି ଲ’ କମିଶନରେ ଅଧ୍ୟକ୍ଷଙ୍କୁ ମିଶାଇ ମୋଟ ୬ଜଣ ସଦସ୍ୟ ରହିଛନ୍ତି ।
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Miscellaneous
ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ପରଲୋକ
କଳାହାଣ୍ଡି ଜିଲ୍ଲାର ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ସଞ୍ଜୟ ଶତପଥୀଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି ।