Advertisment

ଆସନ୍ତାକାଲି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା

ସକାଳ ୬ଟା’ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି।

Committee

Committee

Advertisment

ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ଘୋଷଣା ଦାବିରେ ଆସନ୍ତାକାଲି ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା ଦିଆଯାଇଛି। ‘କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି’ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଗତକାଲି କମିଟିର ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା।

Advertisment

କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି ଆବାହକ ପ୍ରମୋଦ ଛୁରିଆ କହିଛନ୍ତି ଯେ ଗୁରୁବାର (ଆସନ୍ତାକାଲି) ସକାଳ ୬ଟା’ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ କୁଚିଣ୍ଡାର ସମସ୍ତ ଦୋକାନ ବଜାର, ଗାଡି ମୋଟର ଚଳାଚଳ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ କରିବା ପାଇଁ ଆହ୍ୱାନ ଦିଆଯାଇଛି। କୁଚିଣ୍ଡାର ସମସ୍ତ ନାଗରିକଙ୍କୁ ବନ୍ଦରେ ସାମିଲ ହୋଇ ଏହାକୁ ସଫଳ କରିବାକୁ ମଧ୍ୟ କମିଟି ଆହ୍ୱାନ ଦେଇଛି।

ବନ୍ଦରୁ ଜରୁରୀ ସେବା ଗୁଡ଼ିକୁ ବାଦ୍ ଦିଆଯାଇଛି। ଡାକ୍ତରଖାନା ଖୋଲା ରହିବ। ଦମକଳ ସେବାକୁ ଏଥିରୁ ବାଦ୍ ଦିଆଯାଇଛି। ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଥିଲେ, ସେଗୁଡ଼ିକ ମଧ୍ୟ ଖୋଲା ରହିବ ବୋଲି କହିଛନ୍ତି କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି ଆବାହକ ପ୍ରମୋଦ ଛୁରିଆ।

Advertisment
Bandh Kuchinda
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe