Advertisment

NAC ମାନ୍ୟତା ଦାବିରେ ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ

କ୍ରିୟାନୁଷ୍ଠାନ କମିଟିର ସଦସ୍ୟମାନେ ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Bandh

Bandh

NAC ମାନ୍ୟତା ଦାବିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି। ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି। ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି।

Advertisment

ଦୁଇ ଦିନ ତଳେ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଏନଏସି ଘୋଷଣା ପରେ ମନମୁଣ୍ଡା ଏଥିରୁ ବାଦ ପଡ଼ିଥିଲା। ତେବେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଆଜି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମନମୁଣ୍ଡା  ପାଳନ କରାଯାଇଛି। 

କ୍ରିୟାନୁଷ୍ଠାନ କମିଟିର ସଦସ୍ୟମାନେ ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆନ୍ଦୋଳକାରୀମାନେ ଗାଡ଼ିଚଳାଚଳକୁ ବନ୍ଦ କରିଛନ୍ତି। ଫଳରେ ମୁଖ୍ୟ ରାସ୍ତାରେ ବହୁ ସଂଖ୍ୟାରେ ଯାନାବାହନ ଅଟକି ରହିଛି।

Advertisment
Boudh