ଆଜି ୧୨ ଘଣ୍ଟିଆ ଡୁଙ୍ଗୁରିପାଲି ବନ୍ଦ। ୨୬ନମ୍ବର ଜାତୀୟ ରାଜପଥ ମରାମତି ଦାବିରେ ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ସକାଳ ୬ ଟାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ଏହି ବନ୍ଦପାଳନ କରାଯାଉଛି।
ଏହି ବନ୍ଦ ପାଳନରେ ଜରୁରୀ ସେବାକୁ ବାଦଦେଇ ସହରର ଦୋକାନ ବଜାର,ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ଭାବରେ ବନ୍ଦ କରାଯାଇଛି। ଦୀର୍ଘ ୩ ବର୍ଷ ହେଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଳୀରୁ ଚିନାଯୁରୀ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତା ମରଣଯନ୍ତା ପାଲଟିଛି। ବଡ଼ବଡ଼ ଖାଳଖମା ସୃଷ୍ଟି ହୋଇଥିବାରୁ ଦୁର୍ଘଟଣା ଘଟି ଅନେକ ଲୋକଙ୍କ ମୃତ୍ୟୁ ଘଟିଛି।
Also Read
ଏନେଇ ବାରମ୍ବାର ଜିଲ୍ଲା ପ୍ରଶାସନ ପାଖରେ ଅଭିଯୋଗ କଲାପରେ ବି କୌଣସି ସୁଫଳ ମିଳିନାହିଁ। ଯେଉଁଥିପାଇଁ ଗତକାଲି ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା। ଆଜି ମଧ୍ୟ ପାଳନ କରାଯାଉଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।