ଧାନମଣ୍ଡି ଅବ୍ୟବସ୍ଥା ନେଇ ଆଜି ୧୨ ଘଣ୍ଟିଆ ଦେବଗଡ଼ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।
ଏହି ବନ୍ଦକୁ ସମର୍ଥନ କରୁଛି ଜିଲ୍ଲା କୃଷକ ସଂଘ। ବନ୍ଦ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ, ଦୋକାନ ବଜାର ଏବଂ ଯାନବାହନ ଚଳାଚଳ ବନ୍ଦ ରହିଛି।
Also Read
ସକାଳୁ କଂଗ୍ରେସ କର୍ମୀମାନେ ବିଭିନ୍ନ ଛକରେ ପିକେଟିଂ କରି ଦୋକାନ ବଜାର ବନ୍ଦ କରିଛନ୍ତି। ଏହହାସହ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଧାନ ବସ୍ତା ରଖି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ଗାଡ଼ିଚଳାଜଳ ବନ୍ଦ ରହିଛି। ରାସ୍ତାରେ ବହୁ ସଂଖ୍ୟାରେ ଗାଡ଼ି ଲମ୍ବା ଧାଡ଼ିରେ ଛିଡ଼ା ହୋଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନୂଆବର୍ଷରେ ‘ଫୁଲଟିଏ ବଦଳରେ ଗଛଟିଏ ଉପହାର ଦିଅନ୍ତୁ’
ଆଜି ବକୁଳ ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ ‘ଫୁଲ ବଦଳରେ ଗଛଟିଏ’ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ପରିବେଶ ପାଇଁ ଗଛଟିଏର ପ୍ରମୁଖ ଭୂମିକା ରହିଛି। ଆଜିକାଲି ରାସ୍ତା ପ୍ରଶସ୍ତିକରଣ ଓ ବିଭିନ୍ନ ଉନ୍ନତିକରଣ ନାଁରେ ଅନେକ ବଡ଼ ବଡ଼ ଗଛକୁ କଟା ଯାଉଛି।
Miscellaneous
ଲୋକଙ୍କ ପାଇଁ ଆସିଥିଲା, ରାସ୍ତାକଡ଼ରୁ ମିଳିଲା ପୁଳା ପୁଳା ମେଡିସିନ
ଲୋକଙ୍କୁ ବିନା ଖର୍ଚ୍ଚରେ ରୋଗ କବଳରୁ ମୁକୁଳାଇବାକୁ ସରକାର ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଏହି ମେଡିସିନ ଲୋକେ ଖାଇବା ବଦଳରେ ରାସ୍ତା କଡ଼ରେ ଫୋପଡ଼ା ଯାଉଛି।
Miscellaneous
ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ମହଙ୍ଗା ପଡ଼ିଲା, ହିନ୍ଦୀ ଶିକ୍ଷକ ନିଲମ୍ବିତ
ରାଜନୈତିକ କାର୍ଯ୍ୟକ୍ରମରେ ଯୋଗଦେବା ମହଙ୍ଗା ପଡ଼ିଲା । ନିଲମ୍ବିତ ହେଲେ ହିନ୍ଦୀ ଶିକ୍ଷକ।
Miscellaneous
ରାଜ୍ୟରେ ୪୦ ଲକ୍ଷ ଭୂତ ହିତାଧିକାରୀ ଉଠାଉଛନ୍ତି ରାସନ୍!
ଫେକ୍ ରାସନ କାର୍ଡକୁ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ରାଜ୍ୟରେ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୋଟେ ଗୋଟେ ଜିଲ୍ଲାରେ ଲକ୍ଷେରୁ ଦେଢ ଲକ୍ଷ ଭୂତ ହିତାଧିକାରୀ ଚିହ୍ନଟ ହୋଇ ସାରିଲେଣି। ଏଯାଏ ସମୁଦାୟ ୪୦ ଲକ୍ଷରୁ ଅଧିକ ଭୂତ ହିତାଧିକାରୀଙ୍କୁ ଚିହ୍ନଟ କରାଗଲାଣି।
Miscellaneous
ଜଷ୍ଟିସ ବିଶ୍ୱନାଥ ରଥ ଓଡ଼ିଶା ଲ’ କମିଶନ ଅଧ୍ୟକ୍ଷ
ଆଜି ପୁନର୍ଗଠିତ ଏହି ଲ’ କମିଶନରେ ଅଧ୍ୟକ୍ଷଙ୍କୁ ମିଶାଇ ମୋଟ ୬ଜଣ ସଦସ୍ୟ ରହିଛନ୍ତି ।