Advertisment

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ; ଜୀବନଯାତ୍ରା ଠପ୍

ସକାଳୁ କଂଗ୍ରେସ କର୍ମୀମାନେ ବିଭିନ୍ନ ଛକରେ ପିକେଟିଂ କରି ଦୋକାନ ବଜାର ବନ୍ଦ କରିଛନ୍ତି।

strike

strike

Advertisment

ଧାନମଣ୍ଡି ଅବ୍ୟବସ୍ଥା ନେଇ ଆଜି ୧୨ ଘଣ୍ଟିଆ ଦେବଗଡ଼ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

Advertisment

ଏହି ବନ୍ଦକୁ ସମର୍ଥନ କରୁଛି ଜିଲ୍ଲା କୃଷକ ସଂଘ। ବନ୍ଦ ଯୋଗୁ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ, ଦୋକାନ ବଜାର ଏବଂ ଯାନବାହନ ଚଳାଚଳ ବନ୍ଦ ରହିଛି।

ସକାଳୁ କଂଗ୍ରେସ କର୍ମୀମାନେ ବିଭିନ୍ନ ଛକରେ ପିକେଟିଂ କରି ଦୋକାନ ବଜାର ବନ୍ଦ କରିଛନ୍ତି। ଏହହାସହ ୪୯ ନମ୍ବର ଜାତୀୟ ରାଜପଥ ଉପରେ ଧାନ ବସ୍ତା ରଖି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଫଳରେ ଗାଡ଼ିଚଳାଜଳ ବନ୍ଦ ରହିଛି। ରାସ୍ତାରେ ବହୁ ସଂଖ୍ୟାରେ ଗାଡ଼ି ଲମ୍ବା ଧାଡ଼ିରେ ଛିଡ଼ା ହୋଇଛି।

Advertisment
Deogarh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe