/odisha-reporter/media/post_attachments/uploadimage/library/16_9/16_9_0/kuchinda_1703125165.jpg)
kuchinda
ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡକୁ ଜିଲ୍ଲା ଘୋଷଣା ଦାବିରେ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ଡାକରା ଦିଆଯାଇଛି। ‘କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି’ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟା’ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି।
Advertisment
କୁଚିଣ୍ଡାର ସମସ୍ତ ଦୋକାନ ବଜାର, ଗାଡି ମୋଟର ଚଳାଚଳ ବନ୍ଦ ରହିଛି। ହେଲେ ବନ୍ଦରୁ ଜରୁରୀ ସେବା ଗୁଡ଼ିକୁ ବାଦ୍ ଦିଆଯାଇଛି। ଡାକ୍ତରଖାନା ଓ ଦମକଳ ସେବାକୁ ଏଥିରୁ ବାଦ୍ ଦିଆଯାଇଛି। ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଥିଲେ, ସେଗୁଡ଼ିକ ମଧ୍ୟ ଖୋଲା ରହିବ ବୋଲି କହିଛନ୍ତି କୁଚିଣ୍ଡା ଜିଲ୍ଲା ଗଠନ ଦାବି କ୍ରିୟାନୁଷ୍ଠାନ କମିଟି ଆବାହକ ପ୍ରମୋଦ ଛୁରିଆ।
ଅନ୍ୟପକ୍ଷରେ କୁଚିଣ୍ଡାର ସମସ୍ତ ନାଗରିକଙ୍କୁ ଏହି ବନ୍ଦରେ ସାମିଲ ହୋଇ ଏହାକୁ ସଫଳ କରିବାକୁ ମଧ୍ୟ କମିଟି ଆହ୍ୱାନ ଦେଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
