Advertisment

୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ; ଜୀବନଯାତ୍ରା ଠପ୍

ବଲାଙ୍ଗିର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ପାଇଁ ଦାବି କରାଯାଇଛି।

Strike

Strike

Advertisment

୨ ଦଫା ଦାବିରେ ଆଜି ୧୨ ଘଣ୍ଟିଆ ପାଟଣାଗଡ଼ ବନ୍ଦ ଡାକରା ଦିଆଯାଇଛି। ପାଟଣାଗଡ଼କୁ ନୂଆ ରେଳ ଲାଇନ୍ ଓ ବାଇପାସ୍‌ ଦାବିରେ ସିଟିଜେନ୍ ଫୋରମ୍ ପକ୍ଷରୁ ଏହି ବନ୍ଦ ପାଳନ କରାଯାଇଛି। ବଲାଙ୍ଗିର-ନୂଆପଡ଼ା ଭାୟା ପାଟଣାଗଡ଼ ଦେଇ ନୂଆ ରେଳ ଲାଇନ୍ ପାଇଁ ଦାବି କରାଯାଇଛି।

Advertisment

ଫଳରେ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି। ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି। ହରିଶଙ୍କର ରୋଡ୍‌ରେ ୨ଟି ମାଲବାହୀ ଟ୍ରେନ୍ ଅଟକାଇ ପ୍ରତିବାଦ କରିଛନ୍ତି ଆନ୍ଦୋଳନକାରୀ। ଏହି ବନ୍ଦ ପାଳନରୁ ଅତି ଜରୁରୀ ସେବାକୁ ବାଦ ଦିଆଯାଇଛି।

ତେବେ ପୂର୍ବରୁ ମଧ୍ୟ୍ୟ ଅନେକ ଥର ପାଟଣାଗଡ଼ ନୂତନ ରେଳ ଲାଇନ ପାଇଁ ଦାବି କରାଯାଇଛି। ୨୦୧୪ ମସିହାରେ କେନ୍ଦ୍ର ସରକାର ଏହି ପ୍ରକଳ୍ପର ଲୋକେସନ ସର୍ଭେ ପାଇଁ ମଞ୍ଜୁର କରିଥିଲେ। ଏଥିପାଇଁ ୨.୫ କୋଟି ଟଙ୍କା ବି ଅନୁମୋଦନ କରିସାରିଛନ୍ତି, ଜମି ଚିହ୍ନଟ ବି ସରିଛି।ହେଲେ ପ୍ରକଳ୍ପ କାମ ଆଉ ଆଗେଇ ପାରିନାହିଁ।  ଏଥିପାଇଁ ସିଟିଜେନ୍ ଫୋରମ୍ ପକ୍ଷରୁ ଆନ୍ଦୋଳନ କରାଯାଇଛି। 

Advertisment
Strike Bolangiri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe