ଆଜି ୧୨ ଘଣ୍ଟିଆ ସୁନ୍ଦରଗଡ଼ ଜିଲ୍ଲା ବନ୍ଦ। ଦୁଇ ମହିଳା ଅଫିସରଙ୍କ ହତ୍ୟା ପ୍ରତିବାଦରେ ସୁନ୍ଦରଗଡ଼ ଜିଲ୍ଲାରେ ବିଜେପି ବନ୍ଦ ପାଳନ କରୁଛି। ବିଜେପି ମହିଳା ମୋର୍ଚ୍ଚା ଓ ବିଜେପି ଆଦିବାସୀ ମୋର୍ଚ୍ଚା ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲା ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା ଦିଆଯାଇଛି।
ରାଉରକେଲା ଏଡିଏମ୍ ଅଫିସରେ କାର୍ଯ୍ୟରତ ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଉଦିତନଗର ଥାନାରେ ଏ ଏସ୍ ଆଇ ଅଲିଶା ଲୁଗୁନଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ବଣାଇ, ଗୁରୁଣ୍ଡିଆ, ଲହୁଣୀପଡା, କୋଇଡା ବ୍ଲକରେ ମଧ୍ୟ ବନ୍ଦର
ବନ୍ଦ ପ୍ରଭାବରେ ଏନଏଚର ଦୁଇ ପାର୍ଶ୍ୱରେ ଶହ ଶହ ଗାଡିମଟର ଅଟକି ରହିଥିବାବେଳେ ବିଭିନ୍ନ ବସଷ୍ଟାଣ୍ଡରେ ବସ୍ ଗୁଡିକ ଛିଡ଼ା ହୋଇଛି। ଦୋକାନ ବଜାର ମଧ୍ୟ ବନ୍ଦ ରହିଛି।