Advertisment

ବାଘଶୂନ୍ୟ ସାତକୋଶିଆରେ ବୁଲିବେ ମହାବଳ, ୫ ବର୍ଷରେ ଆସିବେ ୧୪ ବାଘ

ବାଘଶୂନ୍ୟ ହୋଇପଡ଼ିଥିବା ସାତକୋଶିଆ ଅଭୟାରଣ୍ୟରେ ଖୁବ୍‌ ଶୀଘ୍ର ବିଚରଣ କରିବେ ମହାବଳ ବାଘ । ଖୁବ୍‌ ଶୀଘ୍ର ସାତକୋଶିଆକୁ ଆସିବେ ୧୨ରୁ ୧୪ ମହାବଳ ବାଘ ।

author-image
Niharika Rout
Tiger

Tiger

ବାଘଶୂନ୍ୟ ହୋଇପଡ଼ିଥିବା ସାତକୋଶିଆ ଅଭୟାରଣ୍ୟରେ ଖୁବ୍‌ ଶୀଘ୍ର ବିଚରଣ କରିବେ ମହାବଳ ବାଘ । ଖୁବ୍‌ ଶୀଘ୍ର ସାତକୋଶିଆକୁ ଆସିବେ ୧୨ରୁ ୧୪ ମହାବଳ ବାଘ । ଏହା ପୂର୍ବରୁ ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଛି ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ ।

Advertisment

ସାତକୋଶିଆ ଅଭୟାରଣ୍ୟକୁ ଆସିବେ ୧୨ରୁ ୧୪ ମହାବଳ । NTCAର ଟାଇଗର ରିକଭରି ପ୍ଲାନ ଅନୁୟାୟୀ ଏହାକୁ ୫ ବର୍ଷ ଭିତରେ କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ।

୨୦୦୭ ମସିହାରେ ସାତକୋଶିଆରେ ୧୩ରୁ ୧୫ ବାଘ ଥିବା ବେଳେ ଏବେ ଏହା ବାଘ ଶୂନ୍ୟ ହୋଇଯାଇଛି । ତେଣୁ ଟାଇଗର ରିକଭରି ପ୍ଲାନ ଅନୁଯାୟୀ ବାଘ ଆଣିବାକୁ ଯୋଜନା ଅଛି ବୋଲି କହିଛନ୍ତି ପିସିସିଏଫ ।

Advertisment

ଏହି ଯୋଜନା କେବଳ ସ୍ଥାନୀୟ ଲୋକଙ୍କ ସହାୟତାରେ ହିଁ ସଫଳ ହୋଇପାରିବ ବୋଲି ସେ କହିଛନ୍ତି । ତେବେ ସାତକୋଶିଆର କୋର ଏରିଆ ଏବେ ଖାଲି ହୋଇଗଲାଣି । ଅଭୟାରଣ୍ୟର ଅନ୍ୟ ଅଞ୍ଚଳରୁ ଲୋକ ସ୍ୱଇଚ୍ଛାରେ ସ୍ଥାନାନ୍ତର ହେଲେ ଯାଇ ପ୍ରକଳ୍ପ ଆରମ୍ଭ ହୋଇପାରିବ । ଏଥିପାଇଁ ସ୍ଥାନୀୟ ଲୋକ ଓ ଲୋକପ୍ରତିନିଧିଙ୍କ ସହାୟତା ଆବଶ୍ୟକ ବୋଲି କହିଛନ୍ତି ପିସିସିଏଫ ।

ହେଲେ ଏହା ପୂର୍ବରୁ ଅନୁଗୁଳ ଜିଲ୍ଲା ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଛି ୧୨ଟି ଅତ୍ୟାଧୁନିକ ପାଟ୍ରୋଲିଂ ଭ୍ୟାନ । ଏହାସହ ବାଲୁଖଣ୍ଡ ଅଭୟାରଣ୍ୟ ଓ କପିଳାସ ଅଭୟାରଣ୍ୟକୁ ମଧ୍ୟ କେତେକ ପାଟ୍ରୋଲିଂ ଗାଡ଼ି ପ୍ରଦାନ କରାଯାଇଛି ।

ଅଭୟାରଣ୍ୟର ରେଞ୍ଜ ଅଫିସ ଦକ୍ଷତା ବଢ଼ାଇବା ପାଇଁ ଦିଆଯାଇଛି ଏସବୁ ଅତ୍ୟାଧୁନିକ ପାଟ୍ରୋଲିଂ ଗାଡ଼ି । ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ଏହି ପାଟ୍ରୋଲିଂ ଭ୍ୟାନ । ଭ୍ୟାନରେ GPS ନେଭିଗେସନ ସହ ବନ୍ୟପ୍ରାଣୀଙ୍କ ଉଦ୍ଧାର ପାଇଁ ମଧ୍ୟ ବ୍ୟବସ୍ଥା ରହିଛି।

ଭୁବନେଶ୍ୱରସ୍ଥିତ ଭରତପୁର ଅଭୟାରଣ୍ୟ ନିକଟରେ ଏହି ପାଟ୍ରୋଲିଂ ଗାଡ଼ିର ଶୁଭାରମ୍ଭ କରିଛନ୍ତି ଜଙ୍ଗଲ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତ ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ।

Angul