ଘାତକ ସାଜୁଛି ବଜ୍ରପାତ। ଗତ ୫ ବର୍ଷରେ ବଜ୍ରପାତରେ ଯାଇଛି ୧୪୭୨ ଲୋକଙ୍କ ଜୀବନ। ୧୪୫ ଜଣ ଆହତ ହୋଇଛନ୍ତି। ଆଜି ବିଧାନସଭାରେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଏପରି ଉତ୍ତର ରଖିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି। ମୃତକଙ୍କ ପରିବାରକୁ ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଯୋଗାଇ ଦିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Also Read
ମନ୍ତ୍ରୀ ଆହୁରି କହିଛନ୍ତି, ବଜ୍ରପାତରେ ୪୦% ଅକର୍ମଣ୍ୟ ହୋଇଥିବା ବ୍ୟକ୍ତିଙ୍କୁ ୭୪ ହଜାର ଟଙ୍କା ମିଳୁଛି। ସେହିପରି ୬୦% ଅକର୍ମଣ୍ୟ ହୋଇଥିବା ବ୍ୟକ୍ତିଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ଦିଆଯାଉଛି। ଯଦି କୌଣସି ବ୍ୟକ୍ତି ବଜ୍ରପାତରେ ଆହତ ହୋଇ ୭ ଦିନରୁ ଅଧିକ ଦିନ ମେଡ଼ିକାଲ୍ରେ ଚିକିତ୍ସିତ ହେଉଛନ୍ତି, ତାହାହେଲେ ସେମାନଙ୍କୁ ୧୬ ହଜାର ଟଙ୍କା ପ୍ରଦାନ କରାଯାଉଛି। ସପ୍ତାହେରୁ କମ୍ ଦିନ ଚିକିତ୍ସା ହେଉଥିଲେ, ୫ ହଜାର ୪୦୦ ଟଙ୍କା ଲେଖାଏଁ ସହାୟତା ଆକାରରେ ପ୍ରଦାନ କରାଯାଉଥିବା ମନ୍ତ୍ରୀ ଉତ୍ତର ରଖିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
ରାଜା ଚକ୍ରଙ୍କ ନାଁରେ ୧୪ ମାମଲା: ତଦନ୍ତରେ କରୁଛନ୍ତି ଅସହଯୋଗ, ଗିରଫ ହୋଇପାରନ୍ତି ପତ୍ନୀଙ୍କ ସମେତ ୪ ସହଯୋଗୀ
ଗିରଫଦାରୀ ଉପରେ ମିଳିଥିବା ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ଆଜି ଉଠାଇ ନେବାପରେ ସେମାନେ ଗିରଫ ହେବା ନିଶ୍ଚିତ ହୋଇଯାଇଛି ।

Miscellaneous
ହୋଲଡିଂ ଟ୍ୟାକ୍ସ କ୍ଲିଅର କଲେ କିଟ୍ ଓ ସୋଆ!
ଖବର ପ୍ରସାରଣ ପରେ ବିଏମସି ତରଫରୁ କୁହାଯାଇଛି, 7 ଦିନ ତଳ ପର୍ଯ୍ୟନ୍ତ ଯେଉଁମାନେ ଖିଲାପକାରୀ ଥିଲେ, ତାଙ୍କ ନାଁ ସାର୍ବଜନୀନ କରାଯାଇଥିଲା।

Miscellaneous
ବାରବାଟୀ କଳଙ୍କ: ଅପ୍ରତ୍ୟାଶିତ ଯାନ୍ତ୍ରିକ ତ୍ରୁଟି କହି ଦୋଷ ଠେଲି ଦେଲା ଓସିଏ: ଜେନେରେଟର ପାଇଁ ଶକ୍ତି ବିଭାଗ ଦେଇଥିଲା କ୍ଲିଅରାନ୍ସ
ମ୍ୟାଚ ପାଇଁ ଷ୍ଟାଡିୟମରେ ଥିବା ଜେନେରରେଟର ବ୍ୟବସ୍ଥାର ତଦାରଖ ଓ ପ୍ରମାଣପତ୍ର ମଧ୍ୟ ରାଜ୍ୟ ଶକ୍ତି ବିଭାଗ ଦେଇଥିଲା ବୋଲି କହି ଓସିଏ ପରୋକ୍ଷରେ ଏହି ବୈଷୟିକ ତ୍ରୁଟି ନିମନ୍ତେ ଶକ୍ତି ବିଭାଗ ଆଡ଼କୁ ଦୋଷ ଠେଲିବାକୁ ପ୍ରୟାସ କରିଛି ।

Miscellaneous
2024ରେ ଓଡ଼ିଶାରୁ ସାଇବର ଠକ ଲୁଟିଛନ୍ତି 153.14 କୋଟି
2023 ବର୍ଷକୁ 2024 ସହ ତୁଳନା କଲେ, ମୋଟ ଆର୍ଥିକ ଠକେଇ ପରିମାଣ 79.66 କୋଟି ଟଙ୍କାରୁ 415.90 କୋଟି ଟଙ୍କାକୁ ବୃଦ୍ଧି ପାଇଛି।

Miscellaneous
କଟକରେ କେବେ ଖୋଲିବ ସର୍ବସାଧାରଣଙ୍କ ପାଇଁ ତିଆରି ହୋଇଥିବା ଶୌଚାଳୟ
ନୂତନ ଭାବେ ନିର୍ମିତ ‘ବାୟୋ ଶୌଚାଳୟ’ କାହିଁକି ବନ୍ଦ ପଡ଼ିଛି।