Advertisment

ବାତ୍ୟା ‘ଦାନା’ ଆସିବା ପୂର୍ବରୁ ଜନ୍ମ ହେଲେ ୧୬୦୦ ଛୁଆ

ବାତ୍ୟାକୁ ଦୃଷ୍ଟିରେ ରଖି ଏଯାବତ ୫ ଲକ୍ଷ ୮୪ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।

Newborn

Newborn

Advertisment

ଆଉ କିଛି ସମୟ ପରେ ଭୀଷଣ ବାତ୍ୟା ‘ଦାନା’ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ତେବେ ବାତ୍ୟା ଆସିବା ପୂର୍ବରୁ ରାଜ୍ୟରେ ପ୍ରାୟ ୧୬୦୦ ଛୁଆ ଜନ୍ମ ହୋଇଛନ୍ତି। ଆଜି ରାତି ପ୍ରାୟ ୧୧ଟା ବେଳେ ଏସ୍‌ଆରସିଙ୍କ କାର୍ଯ୍ୟାଳୟରେ ଗଣମାଧ୍ୟମକୁ ବାତ୍ୟା ମୁକାବିଲା ସଂପର୍କିତ ସୂଚନା ଦେବା ବେଳେ ଏଭଳି କିଛି ତଥ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

Advertisment

ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟାକୁ ଦୃଷ୍ଟିରେ ରଖି ଏଯାବତ ୫ ଲକ୍ଷ ୮୪ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି। ମୋଟ ପ୍ରାୟ ୬ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ। ୮୩୮୨ଟି ବାତ୍ୟା ଆଶ୍ରୟସ୍ଥଳୀରେ ଲୋକମାନଙ୍କୁ ରଖାଯାଇଛି। ବାଲେଶ୍ୱର ଜିଲ୍ଲାରେ ସର୍ବାଧିକ ୧.୭୨ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ମୟୂରଭଂଜ ଜିଲ୍ଲାରେ ଲକ୍ଷେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ବେଳେ ଭଦ୍ରକରେ ୭୫ ହଜାର, ଯାଜପୁରରେ ୬୦ ହଜାର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୪୬ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି।  ମୋଟ ୪୪୨୧ ଆସନ୍ନ ପ୍ରସବାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା।
ସେମାନଙ୍କ ମଧ୍ୟରୁ ପ୍ରାୟ ୧୬ଶହ ଗର୍ଭବତୀ ପ୍ରସବ କରିସାରିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ବାତ୍ୟା ନେଇ ସେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ବନ୍ୟା ମୁକାବିଲା ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। 

Advertisment
Cyclone Dana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe