Advertisment

କାଲି ଆସିବ ଡବଲ ଡେକର ବସ୍, ହେବ ଟ୍ରାଏଲ୍‌ ରନ୍‌

ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ ଆସନ୍ତାକାଲି ପହଞ୍ଚିବ ବୋଲି କହିଛନ୍ତି ମନ୍ତ୍ରୀ।

ଅଦ୍ୟତନ ହୋଇଛି
Double Decor Bus

Double Decor Bus

Advertisment

ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍। ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ବସ୍‌ ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ ଆସନ୍ତାକାଲି ପହଞ୍ଚିବ ବୋଲି କହିଛନ୍ତି ମନ୍ତ୍ରୀ।

Advertisment

ଏହି ଅବସରରେ ସେ କହିଛନ୍ତି, ଆସନ୍ତା ୮ରୁ ୧୦ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ। ଉକ୍ତ ସମୟରେ ପ୍ରବାସୀ ଭାରତୀୟଙ୍କ ଉଦ୍ଦେଶ୍ୟରେ ଏହାକୁ ପ୍ରଥମେ ବ୍ୟବହାର କରାଯିବ। ତାହା ପୂର୍ବରୁ ରାଜଧାନୀର ରାଜରାସ୍ତାରେ ଟ୍ରାଏଲ ରନ୍‌ କରିବ ଡବଲ ଡେକର୍ ବସ୍‌। ପରେ ସାଧାରଣ ଲୋକଙ୍କ ପାଇଁ ଏହା ବ୍ୟବହୃତ ହେବ।

ପ୍ରଥମ ପର୍ଯ୍ୟାୟରୁ ରାଜ୍ୟକୁ ଦୁଇଟି ଡବଲ ଡେକର ବସ୍ ଆସୁଛି। ପରେ ଆଉ ଦୁଇଟି ବସ୍‌ ଆସିବ। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି ଡବଲ ଡେକର ବସ୍ ଚାଲିବାକୁ ଥିବରୁ ଏହାକୁ ନେଇ ରାଜଧାନୀବାସିନ୍ଦାଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି।

Advertisment

ମୁମ୍ୱାଇର ଏକ ସଂସ୍ଥା ଏହି ବସ୍‌ ତିଆରି କରୁଛି। ପ୍ରଥମ ପର୍ଯ୍ୟାୟରେ ୨ଟି ବସ୍‌ ଆସୁଛି। ପରବର୍ତ୍ତୀ ସମୟରେ ଆଉ ୨ଟି ବସ୍‌ ଆସିବ ବୋଲି ଜଣାପଡ଼ିଛି। ଗେରୁଆ ରଙ୍ଗରେ ତିଆରି ହୋଇଥିବା ଏହି ବସ୍‌ରେ ରହିଛି ଓଡ଼ିଶା କଳା ଓ ସଂସ୍କୃତି ଛାପ। ବସ୍‌ରେ କୋଣାର୍କ ଚକ, ଧୌଳି ଶାନ୍ତିସ୍ତୁତ, ଗୋଟିପୁଅ ନୃତ୍ୟ ଓ ଅନ୍ୟାନ୍ୟ କଳାକୃତିର ଛାପ ରହିଛି।

ସୂଚନାଯୋଗ୍ୟ, ଆସନ୍ତା ୮ରୁ ୧୦ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍ ପ୍ରମୁଖ ଯୋଗ ଦେବେ । ଏହି ସମାରୋହରେ ଦେଶବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ ।

Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe