Elephant Dead
ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରୁ ହାତୀ ୨ଟିର ମୃତଦେହ ଠାବ କରାଯାଇଛି। ତେବେ ହାତୀ ଦୁଇଟିର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ି ନାହିଁ।
ଆଜି ସକାଳେ ସାତକୋଶିଆ ଅଭୟାରଣ୍ୟର ଜଗନ୍ନାଥପୁର ଗାଁ ନିକଟ ଜଙ୍ଗଲରେ ହାତୀ ଦୁଇଟିର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ବନ ବିଭାଗକୁ ଖବର ଦେଖିଥିଲେ। ଖବର ପାଇ ବନ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହାସହ ଏକ ଡାକ୍ତରୀଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି।
ତେବେ ହାତୀ ଦୁଇଟିର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ି ନାହିଁ। ହାତୀ ଦୁଇଟି ଖାଦ୍ୟ ଅନ୍ୱେଷଣରେ ଆସିଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସେମାନଙ୍କୁ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହେଲେ ପ୍ରକୃତ କାରଣ ଜଣାପଡ଼ିନାହିଁ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1693898220.jpg)