Advertisment

ବନ୍ଦ ହେଲା ହୀରାକୁଦର ୨ଟି ଗେଟ୍‌, ମୁଣ୍ଡଳୀରେ କମୁଛି ଜଳସ୍ତର

ଉପରମୁଣ୍ଡରେ ପ୍ରବଳ ବର୍ଷା ହେତୁ ଗତ ରବିବାର ହୀରାକୁଦର ୨୦ଟି ଗେଟ୍ ଖୋଲା ଯାଇଥିଲା । ମାତ୍ର ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ୨ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି।

Hirakud Dam

Hirakud Dam

Advertisment

ଉପରମୁଣ୍ଡରେ ପ୍ରବଳ ବର୍ଷା ହେତୁ ଗତ ରବିବାର ହୀରାକୁଦର ୨୦ଟି ଗେଟ୍ ଖୋଲା ଯାଇଥିଲା । ମାତ୍ର ଏବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବାରୁ ୨ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଫଳରେ ଏବେ ହୀରାକୁଦ ଡ୍ୟାମର ୧୮ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ହୀରାକୁଦର ଦୁଇଟି ଗେଟ୍‌ ବନ୍ଦ ହେବା ଦ୍ୱାରା କଟକ ମୁଣ୍ଡଳୀ ଠାରେ ମହାନଦୀର ଜଳସ୍ତର ହ୍ରାସ ପାଉଛି ।

Advertisment

ହୀରାକୁଦର ଜଳସ୍ତର ଆଜି ସକାଳ ସୁଦ୍ଧା ୬୧୧.୮୫ ଫୁଟ ରହିଛି । ଡ୍ୟାମ ଭିତରକୁ ୧,୫୭,୨୭୨ କ୍ୟୁସେକ ପ୍ରବେଶ କରୁଥିବା ବେଳେ ୩,୦୯,୭୪୦ କ୍ୟୁସେକ ନିଷ୍କାସିତ ହେଉଛି। ଏବେ ହୀରାକୁଦର ବାମ ପାର୍ଶ୍ୱରେ ୧୨ ଓ ଦକ୍ଷିଣ ପାର୍ଶ୍ୱରେ ୬ଟି ଗେଟ୍‌ ଖୋଲା ଅଛି।

ହୀରାକୁଦର ୨ଟି ଗେଟ୍‌ ବନ୍ଦ ହେବା ପ୍ରଭାବରେ ଗତକାଲି ରାତିରୁ ମୁଣ୍ଡଳୀରେ ମହାନଦୀର ଜଳସ୍ତର କମିବାରେ ଲାଗିଛି। ଗତକାଲି ରାତି ୧୨ଟା ସମୟରେ ସର୍ବାଧିକ ୪ ଲକ୍ଷ ୮୫ ହଜାର ୪୩୦ କ୍ୟୁସେକ ଜଳ ମୁଣ୍ଡଳୀରେ ପ୍ରବାହିତ ହୋଇଥିଲା। ତେବେ ଗତକାଲି ମଧ୍ୟରାତ୍ରିରୁ ଜଳସ୍ତର ସ୍ଥିର ରହିଥିବା ବେଳେ ଆଜି ସକାଳ ୬ଟା ସମୟରେ ୪ ଲକ୍ଷ ୮୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି।

Advertisment

ମୁଣ୍ଡଳୀରେ ଅପ୍ ଷ୍ଟ୍ରିମରେ ୮୭.୮୦ ଫୁଟ ଓ ଡାଉନ୍ ଷ୍ଟ୍ରିମରେ ୮୪.୯୦ ଫୁଟ ଜଳସ୍ତର ରହିଛି ତେଣୁ ମୁଣ୍ଡଳୀରେ ଏବେ ଜଳସ୍ତର ବୃଦ୍ଧିର ସମ୍ଭାବନା କମ୍‌ ରହିଛି। ଫଳରେ ମଧ୍ୟମ ଧରଣର ବନ୍ୟା ଆଶଙ୍କାର ସମ୍ଭାବନା ନାହିଁ ବୋଲି ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀ ସୂଚନା ଦେଇଛନ୍ତି

Cuttack Hirakud Dam Sambalpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe