ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ନୂଆପଡ଼ା ଜିଲ୍ଲା ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ଜଳ ସ୍ତର ବୃଦ୍ଧି ପାଇଛି। ଆଜି ୨ଟି ଗେଟ୍ ଖୋଲାଯିବ। ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ଜଳଧାରଣ କ୍ଷମତା ୨୬୫ ମିଟର ଥିବାବେଳେ ଗତକାଲିଠୁ ୨୬୩.୩୭ ମିଟର ଜଳ ପ୍ରବାହିତ ହେଉଛି।
ଆଜି ସକାଳ ୧୧ଟା ବେଳେ ୨ଟି ଗେଟ ଖୋଲାଯିବ। ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ତଳିଆ ଅଞ୍ଚଳରେ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଇଛି। ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାର ଅନେକ ତଳିଆ ଅଞ୍ଚଳରେ ପ୍ରଚାର କରାଯାଇଛି।
Also Read
ସୂଚନାଯୋଗ୍ୟ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି। ଆହୁରି ରାଜ୍ୟରେ ୩ ଦିନ ଧରି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।