/odisha-reporter/media/post_attachments/uploadimage/library/16_9/16_9_0/IMAGE_1682958371.jpg)
Secretariat
ରାଜ୍ୟରେ ବିଜେପି ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଆଜି ଦୁଇଜଣ ନୂଆ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟରେ ଏହି ଦୁଇ ଅଫିସର କାର୍ଯ୍ୟ କରିବେ ।
Advertisment
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଓଏଏସ୍ ତ୍ରିଲୋଚନ ମହାନ୍ତିଙ୍କୁ ବଦଳି କରାଯାଇଛି । ଶ୍ରୀ ମହାନ୍ତି ଏବେ କେନ୍ଦୁଝର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଛନ୍ତି ।
ସେହିପରି ଭୁବନେଶ୍ୱରରେ ବିଡିଏ ଲ୍ୟାଣ୍ଡ ଅଫିସର ମନୋଜ କୁମାର ବେହେରାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି ।
Advertisment
ବିଜେପି ସରକାରରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ସେମାନଙ୍କ କାର୍ଯ୍ୟାଳୟକୁ ଆଜି ପ୍ରଥମଥର ପାଇଁ ଅଫିସରଙ୍କ ବଦଳି ହୋଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
