ମାତ୍ର ୫ ଦିନରେ ସବୁକିଛି ଓଲଟପାଲଟ ହୋଇଗଲା। ଦେଖୁଦେଖୁ ନିଶ୍ଚିହ୍ନ ହୋଇଗଲା ଗୋଟିଏ ପରିବାର । ନିରବୀ ଗଲେ ପରିବାରର ସମସ୍ତ ସଦସ୍ୟ । ଜଣକ ପରେ ଜଣେ କରି ଏକ ପରିବାରର ୪ ସଦସ୍ୟ ଆଗପଛ ହୋଇ ଆରପାରିକୁ ଚାଲିଗଲେ। ରୋଗଗ୍ରସ୍ତ ଘରର ମୁଖିଆଙ୍କ ମୃତ୍ୟୁ ପରେ ଭାଙ୍ଗି ପଡ଼ିଥିବା ପରିବାରର ୩ ସଦସ୍ୟ ବିଷ ପିଇ ଦେଇଥିଲେ । ଗତକାଲି ବିଷର ଜ୍ୱାଳା ସହି ନ ପାରି ପୁଅଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଖି ବୁଜିଛି ମା’ । ବରଗଡ଼ ଜିଲ୍ଲା ସୋହେଲାରେ ଘଟିଥିବା ଏପରି ଏକ ଦୁଃଖଦ ଘଟଣା ଯୋଗୁ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।