Advertisment

ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Puri Temple

Puri Temple

ସରିଛି ଧର୍ମ ମାସ କାର୍ତ୍ତିକ, ବ୍ରତ ସାରି ଫେରିଯାଉଛନ୍ତି ହବିଷ୍ୟାଳି। ଶ୍ରୀମନ୍ଦିରରେ ଭିଡ଼ କମିଥିବାରୁ ଆଜିଠୁ ପୁଣି ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ଦ୍ୱାର। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।  

Advertisment

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ କେବଳ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।

ସିଂହ ଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ। ହେଲେ ସେବକ ଓ ତାଙ୍କ ପରିବାର ଲୋକେ କିନ୍ତୁ ସମସ୍ତ ୪ ଦ୍ୱାର ଦେଇ ପ୍ରବେଶ ସହ ପ୍ରସ୍ଥାନ କରିପାରିବେ। କାର୍ତ୍ତିକ ମାସ ପାଇଁ ଗତ ୧୮ ତାରିଖରୁ ଭକ୍ତମାନେ ସିଂହଦ୍ୱାର ଏବଂ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରୁଥିଲେ, ହେଲେ ଅହେତୁକ ଭିଡ଼ ପାଇଁ ପଞ୍ଚୁକ ୪ ଦିନ ପଶ୍ଚିମ ଦ୍ୱାର ରବାଟେ ବି ପ୍ରବେଶ କଟକଣା ଲଗାଇ କେବଳ ସିଂହଦ୍ୱାର ବାଟେ ଭକ୍ତଙ୍କୁ ଛଡ଼ା ଯାଉଥିଲା। 

Advertisment
Puri Shreemandir Puri