Advertisment

କୋରାପୁଟରେ ଝାଡ଼ାବାନ୍ତି ଆତଙ୍କ; ୪୦ ଅସୁସ୍ଥ

ଗ୍ରାମବାସୀ ଦୂଷିତ ପାଣି ପିଇବା ଯୋଗୁ ଏହି ଝାଡ଼ାବାନ୍ତି ବ୍ୟାପିଥିବା ସନ୍ଦେହ କରାଯାଉଛି

Medical Team

Medical Team

Advertisment

କୋରାପୁଟ ଜିଲ୍ଲା ସେମିଳିଗୁଡା ବ୍ଲକ ସୁବାଇ ଗାଁର ଗଉଡ ସାହିରେ ଝାଡ଼ାବାନ୍ତି ଆତଙ୍କ। ଝାଡ଼ାବାନ୍ତିରେ ୪୦ରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

କେଉଁ କାରଣ ପାଇଁ ଗଉଡ ସାହିରେ ଝାଡ଼ାବାନ୍ତି ବ୍ୟାପିଛି, ତାର କାରଣ ଜଣାପଡ଼ି ନାହିଁ। ଗ୍ରାମବାସୀ ଦୂଷିତ ପାଣି ପିଇବା ଯୋଗୁ ଏହି ଝାଡ଼ାବାନ୍ତି ବ୍ୟାପିଥିବା ସନ୍ଦେହ କରାଯାଉଛି। ପାଣିର ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଗାଁରେ ମେଡିକାଲ ଟିମ୍ ପହଞ୍ଚି ଗ୍ରାମବାସୀଙ୍କ ସ୍ୱାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି।

ସୂଚନାଯୋଗ୍ୟ, ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଡାଲିଆକୁଜି ପଞ୍ଚାୟତର ଗଇଲକଣା ଗାଁରେ ଝାଡ଼ାବାନ୍ତିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଅସୁସ୍ଥ ହୋଇଛନ୍ତି।

Advertisment
Koraput
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe