ରାଜ୍ୟରେ ୫ଟି ଶିଳ୍ପ ପ୍ରକଳ୍ପରେ ମୋଟ ୪୪ ହଜାର ୭୯୩ କୋଟି ୩ଲକ୍ଷ ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ଏହାଦ୍ୱାରା ଆଉ ୨୩୦୦୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ । ଯାଜପୁର ଓ କଟକ ଜିଲ୍ଲାରେ ୨ଟି ଲେଖାଏଁ ଓ ଢେଙ୍କାନାଳରେ ଗୋଟିଏ ଶିଳ୍ପ ପ୍ରକଳ୍ପକୁ ମିଶାଇ ମୋଟ ୫ଟି ଶିଳ୍ପ ପ୍ରକଳ୍ପରେ ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।
Also Read
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ୩୮ତମ ହାଇଲେଭଲ କ୍ଲିଅରାନ୍ସ ଅଥରିଟି ବୈଠକରେ ରିଫାଇନାରୀ ଓ ପେଟ୍ରୋକେମିକାଲ, ଗ୍ରୀନ୍ ଏନର୍ଜି ଉପକରଣ, ବାୟୋଟେକ୍ନୋଲୋଜି, ଷ୍ଟିଲ ଆଣ୍ଡ କେମିକାଲସ୍ କ୍ଷେତ୍ରର ଏହି ପୁଞ୍ଜିନିବେଶ ରାଜ୍ୟର ୩ଟି ଜିଲ୍ଲାରେ ଶିଳ୍ପ ପ୍ରକଳ୍ପରେ ହେବ । ଯାହା ଓଡ଼ିଶାରେ ଶିଳ୍ପ ଓ ଆର୍ଥିକ ଭିତ୍ତିଭୂମିକୁ ଗତିଶୀଳ କରାଇବ । ଉତ୍କର୍ଷ ଓଡ଼ିଶା-୨୦୨୫ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ଆୟୋଜିତ ରୋଡଶୋ’ବେଳେ ଏହି ପ୍ରସ୍ତାବ ଆସିଥିଲା ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦିନକରେ ଏକକାଳୀନ ୧୪୮ଜଣ ଓଏଏସ୍ ଅଫିସରଙ୍କ ବଦଳି, ୬୯ ବ୍ଲକରେ ନୂଆ ବିଡିଓ
ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ରାଉରକେଲା ମହାନଗର ନିଗମର ଡେପୁଟି କମିଶନର, କଲ୍ୟାଣୀ ସଂଘମିତ୍ରା ଦେବୀଙ୍କୁ ବ୍ରହ୍ମପୁର ମହାନଗର ନିଗମର ଡେପୁଟି କମିଶନର ଓ ମନ୍ମଥ କୁମାର ନାୟକଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଥିବା ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
Miscellaneous
ଚାଷୀଙ୍କୁ କ୍ଷତିପୂରଣ: ସମୁଦ୍ରକୁ ଶଙ୍ଖେ?
ବିପର୍ଯ୍ୟୟ ପରେ କିଛି ଚାଷୀ ଫସଲ ବୀମାର ସୁବିଧା ପାଇଲେ ବି ବିପର୍ଯ୍ୟୟ ସହାୟତାର ପରିମାଣ ବହୁତ କମ ରହିଛି।
Miscellaneous
ଆଦିବାସୀଙ୍କ ପାଇଁ ଖୁସି ଖବର, ଏଣିକି ଡିଜିଟାଲ ପ୍ଲାଟଫର୍ମରେ ଲେଖିହେବ ସାନ୍ତାଳୀ ଲିପି
ଆମେ ମୁଖ୍ୟତଃ ଫୋନ୍, ୱେବ୍, ଇଣ୍ଟରନେଟ୍ ଆଦିରେ ଓଡ଼ିଆ,ହିନ୍ଦୀ, ଇଂରାଜୀ, ସ୍ପେନ ଆଦି ଭାଷା ବ୍ୟବହାର କରିଥାଉ। ମାତ୍ର ଏବେ ଡିଜିଟାଲ ପ୍ଲାଟଫର୍ମରେ ସାନ୍ତାଳୀ ଲିପି ବି ଲେଖିହେବ ।
Miscellaneous
ଓଡ଼ିଶା ଲୋକସେବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର, ଏଣିକି ଜୟପୁରରେ ହେବ ପରୀକ୍ଷା କେନ୍ଦ୍ର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତମାସ ୧ ତାରିଖରେ ରାଜ୍ୟର ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହ ବୈଠକବେଳେ ଜୟପୁରଠାରେ ଏକ ପରୀକ୍ଷା କେନ୍ଦ୍ର ଖୋଲିବା ପାଇଁ ଓଡ଼ିଶା ଲୋକସେବା ଆୟୋଗଙ୍କୁ ପରାମର୍ଶ ଦେଇଥିଲେ।
Miscellaneous
ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ରାୟଗଡ଼ା ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏହି ରେଳ ଡିଭିଜନର ଶିଳାନ୍ୟାସ ଫଳରେ ଓଡ଼ିଶାରେ ଭିତ୍ତିଭୂମି ଆହୁରି ମଜବୁତ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।