Advertisment

ଅଂଶୁଘାତରେ ୮ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୮ ଜଣ ଅସୁସ୍ଥ ହେଲେଣି ।  ଚିକିତ୍ସା ନିମନ୍ତେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

author-image
Niharika Rout
Heat

Heat

ତତଲା କଢେଇରେ ଭାଜି ହେଉଛି ଓଡ଼ିଶା। ଗରମ ପବନ ଏପରି କଲବଲ କରୁଛି ଯେ ଘରେ ରହି ହେଉନି କି ବାହାରକୁ ଯାଇ ହେଉନି। ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୮ ଜଣ ଅସୁସ୍ଥ ହେଲେଣି ।  ଚିକିତ୍ସା ନିମନ୍ତେ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Advertisment

ଅସୁସ୍ଥଙ୍କ ମଧ୍ୟରେ ଅନୁଗୁଳରୁ ୫ ଜଣ, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ ଅଛନ୍ତି। ଏଯାଏଁ ଅଂଶୁଘାତରେ କାହାରି ମୃତ୍ୟୁ ହୋଇନି ବୋଲି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

ଅଂଶୁଘାତଜନିତ ଚିକିତ୍ସା ପାଇଁ ସତର୍କ ରହିବାକୁ ସବୁ ଡାକ୍ତରଖାନାକୁ କୁହାଯାଇଛି। ଜିଲ୍ଲା ହସ୍ପିଟାଲ, CHC, PHC ଗୁଡିକରେ ବେଡ଼ ବ୍ୟବସ୍ଥା ସହ ଆବଶ୍ୟକୀୟ ମେଡିସିନ ପ୍ରସ୍ତୁତ ରଖାଯାଇଛି। ହିଟ କ୍ରାମ୍ପସ, ହିଟ ଷ୍ଟ୍ରୋକସର ଶିକାର ହୋଇ ଆସୁଥିବା ବ୍ୟକ୍ତିଙ୍କୁ ତୁରନ୍ତ ଚିକିତ୍ସା ଦିଆଯିବା ପାଇଁ ସବୁ ହସ୍ପିଟାଲ ପ୍ରସ୍ତୁତ ଥିବା ସେ କହିଛନ୍ତି ।

Advertisment

ଅଂଶୁଘାତ ଚିକିତ୍ସା ପାଇଁ ନିକଟରେ ୩ ଦିନ ଧରି ଶିଶୁରୋଗ ଓ ମେଡିସିନ ବିଭାଗ ଡାକ୍ତରମାନଙ୍କୁ ଟ୍ରେନିଂ ଦିଆଯାଇଛି। ଅଂଶୁଘାତ ମୃତ୍ୟୁ ଅଭିଯୋଗ ଆସିଲେ ତଦନ୍ତ ପାଇଁ ଜିଲ୍ଲା ସ୍ତରରେ ଟିମ ପ୍ରସ୍ତୁତ କରାଯାଇଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ।

ଆଜି ଦିନ ସାଢ଼େ ୧୧ ସୁଦ୍ଧା କେନ୍ଦୁଝରରେ ସର୍ବାଧିକ ୩୮.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଝାରସୁଗୁଡ଼ା ଓ ସମ୍ବଲପୁର ତାପମାତ୍ରା ୩୭.୪ ଡିଗ୍ରୀ, ଭୁବନେଶ୍ୱରରେ ୩୬.୨ ଡିଗ୍ରୀ, ଚାନ୍ଦବାଲି ୩୭.୨ଡିଗ୍ରୀ, ହୀରାକୁଦ ୩୬.୯ଡିଗ୍ରୀ, ରାଉରକେଲା ୩୬.୬ ଡିଗ୍ରୀ ରେକର୍ଡ କରାଯାଇଛି।

ସାରା ରାଜ୍ୟରେ କଲବଲ କରୁଛି ଖରା। ଗତ ସପ୍ତାହେ ହେଲା ଅସହ୍ୟ ଖରାରେ ସନ୍ତୁଳି ହେଉଛନ୍ତି ମଣିଷ ସହ ଜୀବଜନ୍ତୁ । ଗତକାଲି ଭୁବନେଶ୍ୱରରେ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ରାଜଧାନୀ ଏସିଆର ଷଷ୍ଠ ଉତ୍ତପ୍ତ ସହର ପାଲଟିଥିଲା। 

Heat Wave