ଜଙ୍ଗଲ ଜଗିବେ ସନ୍ଧାନୀ କୁକୁର। ଓଡ଼ିଶାରେ ଥିବା ଅଭୟାରଣ୍ୟ ତଥା ସଂରକ୍ଷିତ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ରୋକିବାକୁ ସନ୍ଧାନୀ କୁକୁର ନିୟୋଜିତ ହେବେ। ଏ ସମ୍ପର୍କରେ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଅଭୟାରଣ୍ୟ ତଥା ସଂରକ୍ଷିତ ଜଙ୍ଗଲରେ ବେଟ୍ ବମ୍ ବା ଶିକାର ପାଇଁ ପକାଯାଉଥିବା ବମର ସନ୍ଧାନ କରିବେ ଏହି କୁକୁର। ଶିକାର ପାଇଁ ବିଛା ଯାଇଥିବା ତାର ବା ଜନ୍ତା ବି ସନ୍ଧାନ କରିବେ। ପ୍ରାରମ୍ଭିକ ପର୍ଯ୍ୟାୟରେ ରାଜ୍ୟର ୫ଟି ବନ୍ୟପ୍ରାଣୀ ବନଖଣ୍ଡରେ ୧୦ଟି ତାଲିମପ୍ରାପ୍ତ ସନ୍ଧାନୀ କୁକୁର ନିୟୋଜିତ କରିବାକୁ ବନ ବିଭାଗ ନିଷ୍ପତ୍ତି ନେଇଛି। ଏହି ୫ ବନଖଣ୍ଡ ହେଲା ଶିମିଳିପାଳ, ସାତକୋଶିଆ, ଡେବ୍ରିଗଡ଼, ହିନ୍ଦୋଳ ଓ ଆଠଗଡ଼।
ଏଥିପାଇଁ ସର୍ବଭାରତୀୟ ସ୍ତରରେ ଟେଣ୍ଡର ଆହ୍ୱାନ କରାଯିବ। ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରର ସଂସ୍ଥା ଏଥିରେ ସାମିଲ୍ ହୋଇ ସନ୍ଧାନୀ କୁକୁର ଯୋଗାଇବା, ସେମାନଙ୍କୁ ତାଲିମ୍ ଦେବା ଭଳି କାର୍ଯ୍ୟ କରିବେ ବୋଲି ପିସିସିଏଫ୍ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।