ମାଲକାନଗିରି ପୁଲିସକୁ ମିଳିଛି ଏକ ସଫଳତା। ଠାବ କରିଛି ଏକ ନକ୍ସଲ ଡମ୍ପ। ସେଠାରୁ ଜବତ କରିଛି ଗୋଟିଏ ଅତ୍ୟାଧୁନିକ ଏସ୍ଏଲଆର ବନ୍ଧୁକ ଓ ଗୁଳି ସହିତ ନକ୍ସଲଙ୍କ ଦ୍ୱାରା ବ୍ୟବହୃତ ଅନ୍ୟାନ୍ୟ ସାମଗ୍ରୀ।
Also Read
ମୋଟୁ ଥାନା ଅନ୍ତର୍ଗତ ଜିନେଲଗୁଡ଼ାରେ ଏକ ନକ୍ସଲ ଡମ୍ପ ଥିବା ନେଇ ମାଲକାନଗିରି ଏସ୍ପି ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇଥିଲେ। ଏହା ପରେ ଗତକାଲି ତାଙ୍କ ନେତୃତ୍ୱରେ ଏକ ଡିଭିଏଫ୍ ଟିମ୍ ଜିନେଲଗୁଡ଼ାରେ ସର୍ଚ୍ଚ ଅପରେସନ କରିଥିଲେ। ସେହି ସମୟରେ ନକ୍ସଲ ଡମ୍ପ ଠାବ କରାଯାଇଥିଲା। ମାଟି ଖୋଳି ତା’ ତଳୁ ବନ୍ଧୁକ, ଗୁଳି, ମୋବାଇଲ ଓ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଥିଲା।
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି। ମାଲକାନଗିରି ପୁଲିସ ପାଇଁ ଏହା ଏକ ଭଲ ସଫଳତା। ଆଗକୁ ମଧ୍ୟ ମାଲକାନଗିରି ପୁଲିସ ଏଭଳି ପ୍ରୟାସ ଜାରି ରଖିବ ବୋଲି ଏସ୍ପି କହିଥିଲେ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।