Advertisment

ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ଘଟଣା: ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ସେପ୍ଟେମ୍ବର ୧୨ ତାରିଖରେ ଶ୍ରୀମନ୍ଦିର ରୋଷରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା।

Puri

Puri

Advertisment

ଶ୍ରୀମନ୍ଦିର ରୋଷ ଘରେ ଲୁହା କଡ଼େଇ ବ୍ୟବହାର ପ୍ରସଙ୍ଗରେ ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମସ୍ତ ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷ ଘରେ ପ୍ରବେଶ ନିଷିଦ୍ଧ କରାଯାଇଛି। ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ଆଇନ 1955ର 21 - ଖ (କ) ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି।

Advertisment

ସେପ୍ଟେମ୍ବର ୧୨ ତାରିଖରେ ଶ୍ରୀମନ୍ଦିର ରୋଷ ଘରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିବା ପରେ ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗର ସମ୍ପାଦକ ଓ ରୋଷ ଅମୀନଙ୍କୁ ତୁରନ୍ତ ରୋଷ ଘର ପରିଦର୍ଶନ କରି କଡ଼େଇ ଜବତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲା। ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୁଖ୍ୟ ପ୍ରଶାସକ।

କୋଠଭୋଗ ରୋଷ ଘରେ ବାରଣ ସତ୍ତ୍ୱେ ଏହି ତିନି ସୁପକାର ଲୁହା କଡ଼େଇ ବ୍ୟବହାର କରି ଅନ୍ନ, ଡାଲି ରୋଷେଇ କରିଥିଲେ। ସେମାନଙ୍କୁ ଶ୍ରୀମନ୍ଦିର ପରିସର ତଥା ଶ୍ରୀମନ୍ଦିର ରୋଷରେ ପ୍ରବେଶ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବେଳେ ଏହି କଟକଣାକୁ କାର୍ଯ୍ୟକାରୀ କରିବାକୁ ବିହିତ ପଦକ୍ଷେପ ନେବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ଦେଉଳ କରଣଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Advertisment
Puri Shreemandir Puri Temple
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe