ସୁଜାତା ରାଉତ କାର୍ତ୍ତକେୟନ
ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିର୍କେୟନଙ୍କୁ ଆଜି ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି । ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେ ଏବେ ମିଶନ ଶକ୍ତି ବିଭାଗର କମିଶନର ତଥା ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।
ଆଜି ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ସୂଚନାଯୋଗ୍ୟ, ବରିଷ୍ଠ ସତ୍ୟବ୍ରତ ସାହୁ ଏବେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଶ୍ରୀ ସାହୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମେତ ସ୍ୱତନ୍ତ୍ର ରିଲିଫ କମିଶନର ଦାୟିତ୍ୱରେ ମଧ୍ୟ ଅଛନ୍ତି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1700663813.jpg)