ଓଡ଼ିଶାର ଆଡଭୋକେଟ୍ ଜେନେରାଲ ଅଶୋକ ପରିଜା ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ତାଙ୍କ ସ୍ଥାନରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଭାବେ ଦାୟିତ୍ୱ ତୁଲାଇବେ । ଶ୍ରୀ ପଟ୍ଟନାୟକ ନିଜ ଦାୟିତ୍ୱ ସହ ଅତିରିକ୍ତ ଭାବେ ‘ଆଡଭୋକେଟ୍ ଜେନେରାଲ’ଙ୍କ ଦାୟିତ୍ୱ ତୁଲାଇବେ ବୋଲି ଜଣାପଡ଼ିଛି ।
ଆଇନ ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ନିର୍ବାଚନ ଫଳାଫଳ ଆସିବା ପରେ ଆଡଭୋକେଟ୍ ଜେନେରାଲ ଶ୍ରୀ ପରିଜା ନିଜ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟ ସରକାର ତାଙ୍କର ଇସ୍ତଫାକୁ ମଞ୍ଜୁର କରିଛନ୍ତି । ବରିଷ୍ଠ ଓକିଲ ଶ୍ରୀ ପରିଜା ୨୦୧୯ ଜୁନ୍ ୨୬ତାରିଖରେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ ଦାୟିତ୍ୱ ନେଇଥିଲେ ।
Also Read
ଶ୍ରୀ ପରିଜାଙ୍କ ଇସ୍ତଫା ପରେ ସରକାରୀ ଓକିଲ ଜ୍ୟୋତିପ୍ରକାଶ ପଟ୍ଟନାୟକଙ୍କୁ ଦୈନନ୍ଦିନ କାର୍ଯ୍ୟ ପାଇଁ ଇନଚାର୍ଜ ଆଡଭୋକେଟ୍ ଜେନେରାଲ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେ ଅତିରିକ୍ତ ଭାବେ ଏହି ଦାୟିତ୍ୱ ତୁଲାଇବେ ଓ ଗତକାଲି ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।
Miscellaneous
ସୁଭଦ୍ରାକୁ ନେଇ ବଡ଼ ଅପଡେଟ୍: ପଢ଼ନ୍ତୁ, କ’ଣ କହିଛନ୍ତି ଉପମୁଖ୍ୟମନ୍ତ୍ରୀ
ବର୍ତ୍ତମାନ ସୁଦ୍ଧା ତିନିଟି ପର୍ଯ୍ୟାୟରେ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ସହାୟତା ରାଶି ପ୍ରଦାନ କରାଯାଇ ସାରିଲାଣି।