ସାଧାରଣ ନିର୍ବାଚନ ପୂର୍ବରୁ ଆଜି ଓଡ଼ିଶା ପୁଲିସ ସେବା(ଓପିଏସ)ରେ କାର୍ଯ୍ୟରତ ଅଫିସରସ୍ତରରେ ଛୋଟଧରଣର ବଦଳି ହୋଇଛି । ରାଜ୍ୟ ପୁଲିସ ଏଷ୍ଟାବ୍ଲିସମେଂଟ ବୋର୍ଡର ଅନୁମୋଦନ ପରେ ଏହି ବଦଳି ବିଜ୍ଞପ୍ତି ଜାରି ହୋଇଛି ।
ଗୃହ ବିଭାଗର ବିଜ୍ଞପ୍ତି ଅନୁସାରେ, ଭୁବନେଶ୍ୱରସ୍ଥିତ ଏସଓଜିରେ ଡିଏସପି ଭାବେ କାର୍ଯ୍ୟରତ ଆକାଶ ଚନ୍ଦ୍ର ସାହୁଙ୍କୁ ବିଜୁ ପଟ୍ଟନାୟକ ରାଜ୍ୟ ପୁଲିସ ଏକାଡେମୀର ଡିଏସପି ଭାବେ ବଦଳି ହୋଇଛି । ସେହିପରି ଭୁବନେଶ୍ୱରର ସିଏଡବ୍ଲ୍ୟୁରେ ଡିଏସପି ସବିତାରାଣୀ ଜେନାଙ୍କୁ ବୈରୀସ୍ଥିତ ପୁଲିସ ପ୍ରଶିକ୍ଷଣ ପ୍ରତିଷ୍ଠାନର ଡିଏସପି, କଟକସ୍ଥିତ ଏଚଆରପିସିରେ କାର୍ଯ୍ୟରତ ରଜନୀକାନ୍ତ ମଲ୍ଲିକଙ୍କୁ ନୟାଗଡ଼ ପୁଲିସ ଟ୍ରେନିଂ କେନ୍ଦ୍ରର ଡିଏସପି ଭାବେ ବଦଳି ହୋଇଛି । କଟକ ପୁଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଅକ୍ଷୟ କୁମାର ନାୟକଙ୍କୁ ଭୁୂବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ପୁଲିସ ଏକାଡେମୀର ଡିଏସପି ଭାବେ ବଦଳି ହୋଇଛି । ସେହିପରି ସଙ୍ଗୀତା ଟପ୍ପୋଙ୍କୁ ଅନୁଗୁଳ ପୁଲିସ ପ୍ରଶିକ୍ଷଣ କେନ୍ଦ୍ରର ଡିଏସପି ଭାବେ ବଦଳି କରାଯାଇଥିବା ଜଣାପଡ଼ିଛି ।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
ଲଘୁ ଖଣିଜ ସମ୍ପଦର ମନଇଚ୍ଛା ଲୁଟ୍ : ୮୬୪କୋଟି ଟଙ୍କାର ରାଜସ୍ୱ ବାଟମାରଣା: ଡଙ୍କାରୀ ପାହାଡ଼ ଲୁଟେରାଙ୍କୁ ସୁରକ୍ଷା, ସିଏଜି ଖୋଲିଲେ ଗୁମର
୨୦୧୫-୨୨ ମସିହା ମଧ୍ୟରେ ଲଘୁ ଖଣିଜରୁ ମୋଟ ୨୯.୬୮.୭୫କୋଟି ଟଙ୍କାର ରାଜସ୍ୱ ସଂଗ୍ରହ ହୋଇଥିବାବେଳେ ଅନିୟମିତତା ଓ ଦୁର୍ବଳ ବ୍ୟବସ୍ଥା ତଥା ତଦାରଖ ଅଭାବରୁ ରାଜ୍ୟକୁ ଶହ ଶହ କୋଟି ଟଙ୍କାର ରାଜସ୍ୱ କ୍ଷତି ସହିବାକୁ ପଡ଼ିଛି ।

Miscellaneous
ଏକକାଳୀନ ଆଇଏଏସ୍ ପାହ୍ୟାକୁ ଉନ୍ନୀତ ହେଲେ ୩୦ ଓଏଏସ୍ ଅଫିସର
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଦିନେଦୁଇଦିନ ମଧ୍ୟରେ ଏହି ଅଫିସରମାନଙ୍କୁ ଆଇଏଏସ୍ ପଦବୀକୁ ଉନ୍ନୀତ ହେବାନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ ବୋଲି ଜଣାପଡ଼ିଛି।

Miscellaneous
ବିଜେଡି ସାଂସଦଙ୍କ ପତ୍ନୀଙ୍କ କରାମତି: ରାତାରାତି ସଂସ୍ଥା ଗଢ଼ି ନେଇ ଯାଇଛନ୍ତି ସରକାରୀ ସମ୍ପତ୍ତି, ଜଳଜଳ ଦିଶୁଛି ଜାଲିଆତି
ନିଜର ଗଡ଼ଫାଦର ତଥା ‘ଧରମ ଶ୍ୱଶୁର’ଙ୍କ ପତିଆରା ଏବଂ ବିଜେଡିର ଅଘୋଷିତ ସର୍ବେସର୍ବାଙ୍କ ଛତ୍ରଛାୟାରେ ରହି ସମସ୍ତଙ୍କ ଆଖିରେ ଆଙ୍ଗୁଳି ଗେଞ୍ଜି ଶାଗମାଛ ଦରରେ ମାନସଙ୍କ ପତ୍ନୀ ଗାୟତ୍ରୀବାଳା ପଣ୍ଡା ୩୦ବର୍ଷିଆ ଲିଜରେ ରାଜ୍ୟ ସରକାରଙ୍କ ଏଭଳି ଏକ ସମ୍ପତ୍ତିକୁ ହାତେଇଛନ୍ତି ।

Miscellaneous
ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ଼, ତଦନ୍ତ କରିବ କି ସିବିଆଇ?
ନବଙ୍କ ପରିବାର ସଦସ୍ୟ ସିବିଆଇ ତଦନ୍ତ ପାଇଁ ଲିଖିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଦେଇଛୁ ବୋଲି ଦାବି କରିଛନ୍ତି। ମାତ୍ର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନାରେ ସିବିଆଇ ତଦନ୍ତ ସମ୍ପର୍କରେ ଉଲ୍ଲେଖ ନଥିବାରୁ କିଏ ସତ କହୁଛି ତାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଛି ।

Miscellaneous
କିଟ୍ ବିବାଦ: ଗୃହରେ ଉଦବେଗ, ଉଚ୍ଚଶିକ୍ଷା ମନ୍ତ୍ରୀ ନିରବ: ଅଚ୍ୟୁତଙ୍କ ନାଁରେ ଜମି ହଡ଼ପ ମାମଲା ରୁଜୁ
କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିରୁଦ୍ଧରେ ଇନଫୋସିଟି ଥାନାରେ ଜମି ହଡ଼ପ ମାମଲା ରୁଜୁ ହୋଇଛି । ଆଉ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାରଙ୍କ କୋହଳ ଆଭିମୁଖ୍ୟ ଯୋଗୁ ମୁଖ୍ୟ ଅଭିଯୁକ୍ତ ଅଦ୍ୱିକ୍ ଶ୍ରୀବାସ୍ତବ ଜାମିନ ପାଇବାର ସମ୍ଭାବନା ଥିବା ଜଣାପଡ଼ିଛି ।