Advertisment

ରାଜ୍ୟପାଳଙ୍କୁ ଭେଟିଲେ AIIMS କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

ମାନ୍ୟବର ରାଜ୍ୟପାଳ ରଘୁବର ଦାସ ମଧ୍ୟ ଏମ୍‌ସ ଭୁବନେଶ୍ୱରର ସେବା ମନୋଭାବ ଓ ସକରାତ୍ମକ ଆଭିମୁଖ୍ୟକୁ ପ୍ରଶଂସା କରିଥିଲେ।

author-image
Manoranjan Sial
AIIMS

AIIMS

ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସଙ୍କୁ ସାକ୍ଷାତ କରିଛନ୍ତି ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ୱାସ। ଏହି ସାକ୍ଷାତ ଅବସରରେ ଡ. ବିଶ୍ୱାସ ମାନ୍ୟବର ରାଜ୍ୟପାଳଙ୍କୁ ଏମ୍‌ସ ଭୁବନେଶ୍ୱରରେ ହେଉଥିବା ରୋଗୀ ସେବା ସମ୍ବନ୍ଧୀୟ ଅନେକ ବିକାଶମୂଳକ କାର୍ଯ୍ୟ, ଗବେଷଣା ଓ ବିଭିନ୍ନ ପ୍ରସଙ୍ଗରେ ଅବଗତ କରାଇଛନ୍ତି।

Advertisment

ମାନ୍ୟବର ରାଜ୍ୟପାଳ ରଘୁବର ଦାସ ମଧ୍ୟ ଏମ୍‌ସ ଭୁବନେଶ୍ୱରର ସେବା ମନୋଭାବ ଓ ସକରାତ୍ମକ ଆଭିମୁଖ୍ୟକୁ ପ୍ରଶଂସା କରିଥିଲେ। ଓଡ଼ିଶାର ରାଜ୍ୟପାଳଙ୍କୁ ସାକ୍ଷାତକୁ ନେଇ ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ବିଶ୍ୱାସ ଆନନ୍ଦ ପ୍ରକାଶ କରିବା ସହିତ ଏହା ଏକ ପ୍ରେରଣାଦାୟୀ ବୈଠକ ଥିଲା ବୋଲି ପ୍ରକାଶ କହିଛନ୍ତି।

AIIMS Government Of Odisha