ଆସନ୍ତା କାଲି ଅର୍ଥାତ ଗୁରୁବାର ଅପରାହ୍ନ ୫ଟା ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ କୌଣସି ବିମାନ ଉଡି ପାରିବ ନାହିଁ। ଏପରିକି ଆସିପାରିବ ନାହିଁ। ଏହି ନିର୍ଦ୍ଦେଶନାମା ୨୫ ତାରିଖ ଅର୍ଥାତ ଶୁକ୍ରବାର ସକାଳ ୯ଟା ପର୍ଯ୍ୟନ୍ତ ବଳବତ୍ତର ରହିଛି। ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ(AAI) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବାତ୍ୟା ‘ଦାନା’ ପାଇଁ AAI ଏପରି ନିଷ୍ପତ୍ତି ନେଇଛନ୍ତି।
Also Read
ବାତ୍ୟା ‘ଦାନା’ ଧିରେ ଧିରେ ଉଗ୍ର ରୂପ ଧାରଣ କରୁଛି। ଏବେ ଦାନା ପାରାଦୀପଠାରୁ ୪୫୦ କିମି ଦୂରରେ ରହିଛି। ଗୁରୁବାର ରାତିରୁ ଶୁକ୍ରବାର ସକାଳ ଭିତରେ ବାତ୍ୟା ଧାମରାରୁ ଭିତରକନିକା ଦେଇ ଅତିକ୍ରମ କରିବ। ଏହି ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବାର ସମ୍ଭାବନା ରହିଛି। ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିମି ରହିବ। ତେଣୁ ପ୍ରଶାସନ ତରଫରୁ ସମସ୍ତଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଉଛି। ବାତ୍ୟା ଆଶ୍ରୟ ସ୍ଥଳରେ ସମସ୍ତଙ୍କୁ ରହିବାର ବ୍ୟବସ୍ଥା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଘଟଣା ସଂପର୍କରେ ଶୁଣିଲେ ଆପଣ ମୁଣ୍ଡରେ ହାତ ଦେବେ
ସ୍କୁଲରେ ପ୍ରାର୍ଥନା ସରୁ ସରୁ ଶ୍ରେଣୀ ଗୃହକୁ ନ ଯାଇ ସମସ୍ତେ ସିଧା ଚାଲି ଯାଇଥିଲେ ବିଧାୟିକାଙ୍କ ଘରକୁ।
Miscellaneous
ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା।
Miscellaneous
ଜାନୁଆରୀ ୧୮ରୁ ହୀରାକୁଦ ଡ୍ୟାମରେ ବିଦେଶୀ ପକ୍ଷୀ ଗଣନା
ବିଗତ ୫ ବର୍ଷ ମଧ୍ୟରେ ପ୍ରତିବର୍ଷ ପକ୍ଷୀଙ୍କ ସଂଖ୍ୟା ବଢିବାରେ ଲାଗିଛି।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Miscellaneous
ଶ୍ରୀମନ୍ଦିରରେ ଦୁଇ ସେବକ ମାରପିଟ ଘଟଣା, କାରଣ ଦର୍ଶାଅ ନୋଟିସ ପଠାଇଲେ ମୁଖ୍ୟ ପ୍ରଶାସକ
ଗତ ୧୬ ତାରିଖ ଦିନ ମୁକ୍ତିମଣ୍ଡପ ସାମ୍ନାରେ ଅବକାଶ ପାଦୁକା ବଣ୍ଟନକୁ ନେଇ ଉଭୟ ସେବକ ପରସ୍ପରକୁ ଗାଳିଗୁଳଜ କରିବା ସହ ମାରପିଟ୍ କରି ରକ୍ତାକ୍ତ ହୋଇଥିଲେ।