Advertisment

ନୌସେନା ଦିବସ: କାଲି ପୁରୀ ପୌରପାଳିକାର ସବୁ ସ୍କୁଲ ବନ୍ଦ

ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌସେନା ଦିବସ ପାଳନ ହେବାକୁ ଥିବାରୁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି। NCERT ଦ୍ୱାରା ପରିଚାଳିତ PARAKH ପରୀକ୍ଷା ହେବ।

School Closed

School Closed

Advertisment

ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ। ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌସେନା ଦିବସ ପାଳନ ହେବାକୁ ଥିବାରୁ ସବୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ। ପୁରୀ ପୌରପାଳିକାରେ ଥିବା ସମସ୍ତ ସରକାରୀ ଓ ବେସରକାରୀ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ଜିଲ୍ଲା ପ୍ରଶାସନ।

Advertisment

ଏଥିସହ ସହର ନିକଟବର୍ତ୍ତୀ ମଦର୍ସ ପବ୍ଲିକ ସ୍କୁଲ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ୍ ସ୍କୁଲ, ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ। ତେବେ NCERT ଦ୍ୱାରା ପରିଚାଳିତ PARAKH ପରୀକ୍ଷା ହେବ। ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ଥିବାରୁ ଏହି ପରୀକ୍ଷାକୁ ବନ୍ଦ କରାଯିବ ନାହିଁ। ପରୀକ୍ଷାର୍ଥୀ ମାନେ ସକାଳ ୭ଟାରୁ ୧୨ ମଧ୍ୟରେ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇପାରିବେ ବୋଲି ନିଷ୍ପତ୍ତି ହୋଇଛି।

ଉଲ୍ଲେଖ ଥାଉ, ଆସନ୍ତାକାଲି ନୌସେନା ଦିବସରେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇବେ ନୌବୀର। ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିବେ। ନୌସେନାର ଏହି ପରାକ୍ରମକୁ ଦେଖିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ପହଞ୍ଚିବେ। ଏଥିପାଇଁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସମସ୍ତ ପ୍ରସ୍ତୁତି ସରିଛି। INS ଜଲସା, ମିଶାଇଲ୍ ଡେଷ୍ଟ୍ରୋୟର INS ଦିଲ୍ଲୀ, INS ଶକ୍ତି, INS ସର୍ୟୁ, INS ଅରିହନ୍ତ, INS ସାତପୁରା ପ୍ରମୁଖ ନେଭି ଡେ' ଉତ୍ସବରେ ପରାକ୍ରମ ଦେଖାଇବେ। ସେହିପରି ହକ୍, ସି-କିଙ୍ଗ, ମିଗ୍-29 ଭଳି ଫାଇଟର ଜେଟ୍ ଓ ଚେତକ, MS-60 ହେଲିକପ୍ଟର ମଧ୍ୟ ଦେଖାଇବେ ନୌସେନାର ବୀରତ୍ୱ।

Advertisment
President Visit To Puri Droupadi Murmu Puri Navy Day Celebration At Puri Indian Navy Day School Close
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe