ପ୍ରବଳବର୍ଷା ପାଇଁ ଶନିବାର ବନ୍ଦ ରହିବ ଦୁଇ ଜିଲ୍ଲାର ସବୁ ସ୍କୁଲ

ଦାନା ପ୍ରଭାବରେ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ଆଜି ପ୍ରବଳ ବର୍ଷା ଲାଗି ରହିଥିବାବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରତିଷେଧକମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

Representational image

  • Published: Friday, 25 October 2024
  • , Updated: 25 October 2024, 08:32 PM IST

ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳ ବର୍ଷ ଲାଗି ରହିବାର ଆଶଙ୍କା ଥିବାବେଳେ ଶନିବାର ଦୁଇ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ରହିବ । ଏନେଇ ଯାଜପୁର ଓ ଭଦ୍ରକ ଜିଲ୍ଲାପାଳ ପୃଥକ୍ ଭାବେ ବିଜ୍ଞପ୍ତି ଜାରି କରିଥିବା ଜଣାପଡ଼ିଛି ।

ଦାନା ପ୍ରଭାବରେ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀରେ ଆଜି ପ୍ରବଳ ବର୍ଷା ଲାଗି ରହିଥିବାବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରତିଷେଧକମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରବଳ ବର୍ଷା ଆଶଙ୍କାରେ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ଆସନ୍ତାକାଲି ଶନିବାର ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ମଧ୍ୟ ଆସନ୍ତାକାଲି ଜିଲ୍ଲାର ସବୁ ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି । ଏହି ଦୁଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଥିବାବେଳେ ଅନ୍ୟ ବାତ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକର ସ୍କୁଲ ଛୁଟି ନିଷ୍ପତ୍ତି ସମ୍ପର୍କରେ ସୂଚନା ମିଳିପାରିନାହିଁ ।

ସୂଚନାଯୋଗ୍ୟ, ରାଜ୍ୟ ସରକାର ବାତ୍ୟା ଦାନା ପରବର୍ତ୍ତୀ ରିଲିଫ ଓ ପୁର୍ନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ସରକାରୀ କର୍ମଚାରୀମାନଙ୍କ ଶନିବାର ଓ ରବିବାର ଦୁଇଦିନ ସରକାରୀ ଛୁଟିକୁ ବାତିଲ କରିଛନ୍ତି ।

Related story