Advertisment

ଏସସିବିରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଆଜି ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବିର ମେଡ଼ିସିନ ବିଭାଗରେ ଭର୍ତ୍ତି କରାଯାଇଛି।

author-image
Niharika Rout
Kamala Pujari

Kamala Pujari

ଗତ କିଛି ଦିନ ହେଲା ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀ କଟକ ଏସସିବି ମେଡିକାଲରେ ଭତ୍ତି ହୋଇଛନ୍ତି। ଆଜି ସ୍ୱତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବର ମେଡ଼ିସିନ ବିଭାଗରେ ଭର୍ତ୍ତି କରାଯାଇଛି। ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି।

Advertisment

କିଡନୀ ଜନିତ ସମସ୍ୟା ସହ ଜ୍ୱର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି।

ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗର ଚାରିଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଛି। ଆଗରୁ ବହୁବାର ମଧ୍ୟ କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ନିଜ ଘରକୁ ଫେରିଥିଲେ।

Advertisment

ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ। ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଆଜି କଟକ ଏସସିବିରେ ଭର୍ତ୍ତି କରାଯାଇଛି।

କୋରାପୁଟ ଜିଲ୍ଲା ପାତ୍ରପୁଟ ଗ୍ରାମର କମଳା ପୂଜାରୀ ଲୋପ ପାଇଯାଉଥିବା ଶହେରୁ ଉର୍ଦ୍ଧ୍ୱ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି,ସେଗୁଡିକର ସଂରକ୍ଷଣ କରିପାରିଛନ୍ତି ।ଏଥିପାଇଁ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି।

Cuttack Scb Medical