ସମ୍ବଲପୁର ସଦର ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ବସିଆପଡ଼ା ଗାଁର ଡାଲଖାଇପଡ଼ାରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ଆଜି ଭୋରରେ ଘଟିଛି ଏହି ଘଟଣା।
ଦନ୍ତା ହାତୀଟି ଧାନ-ଚାଉଳ ଖାଇବା ଉଦ୍ଦେଶ୍ୟରେ ଗାଁକୁ ପଶିଥିବା ବେଳେ ଜଣଙ୍କର ଘର ଭାଙ୍ଗିବାକୁ ଉଦ୍ୟମ କରୁଥିବା ସମୟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯିବାରୁ ତା’ର ମୃତ୍ୟୁ ଘଟିଥିବା କୁହାଯାଉଛି। ତେବେ ହାତୀଟିର ମୃତ୍ୟର ପ୍ରକୃତ କାରଣ ଜଣାପଡ଼ିନାହିଁ। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି।
Also Read
ଏହି ଦନ୍ତା ହାତୀଟି କିଛି ବର୍ଷ ହେଲା ଗୋଠଛଡ଼ା ହୋଇ ଏକୁଟିଆ ରହୁଥିଲା। ଦିନ ବେଳେ ଦନ୍ତା ହାତୀଟି ଜଙ୍ଗଲରେ ରହୁଥିଲା ଓ ରାତି ହେଲେ ଜନବସତି ଅଞ୍ଚଳକୁ ପ୍ରବେଶ କରୁଥିଲା। ଆଖପାଖ ଜନବସତି ଅଞ୍ଚଳରେ ପଶି ଲୋକଙ୍କ ଘରଦ୍ୱାର ଭାଙ୍ଗିବା ସହ ଧାନ ଚାଉଳ ଖାଇ ଦେଉଥିଲା। କିଛି ମାସ ତଳେ ଗୋଟିଏ ଗାଁରେ ପଶି ଜଣେ ବୃଦ୍ଧଙ୍କୁ ଗୋଡ଼ରେ ଦଳି ମାରି ଦେଇଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।