/odisha-reporter/media/post_attachments/uploadimage/library/16_9/16_9_0/IMAGE_1699584500.jpg)
Nandankanan
ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ୪୬ ନମ୍ବର ଖୁଆଡ଼ରେ ଥିବା ୧୦ଟି ଆନାକୋଣ୍ଡା ମଧ୍ୟରୁ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ବର୍ତ୍ତମାନ ଆଉ ୯ଟି ଆନାକୋଣ୍ଡା ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଅଛନ୍ତି।
Advertisment
ଗତକାଲି କିଛି ଦିନ ହେବ ଆନାକୋଣ୍ଡାଟି ଅସୁସ୍ଥ ହୋଇ ପଡ଼ିଥିଲା। ପ୍ରାଣୀ ଚିକିତ୍ସକମାନେ ତାର ଚିକିତ୍ସା କରୁଥିଲେ। ଗତକାଲିଠୁ ଆନାକୋଣ୍ଡାଟି ଖାଦ୍ୟ ଗ୍ରହଣ କରୁ ନଥିଲା। ଏହାସହ ବୁଲାବୁଲି କରି ନପାରି ଗୋଟିଏ ସ୍ଥାନରେ ପଡି ରହିଥିଲା। ଆଜି ସକାଳେ ଆନାକୋଣ୍ଡାଟିର ମୃତ୍ୟୁ ଘଟିଛି।
୨୦୧୯ ମସିହା ଅକ୍ଟୋବର ୧୯ ତାରିଖରେ ଚେନ୍ନାଇର ମାଡ୍ରାସର କୋକୋଡାଇଲ ବ୍ୟାଙ୍କ ଟ୍ରଷ୍ଟ ପକ୍ଷରୁ ଉପହାରରେ ୮ଟି ହଳଦିଆ ରଙ୍ଗର ଆନାକୋଣ୍ଡା ନନ୍ଦନକାନନକୁ ଆସିଥିଲା। ଏହି ଆନାକୋଣ୍ଡାରଟି ୮ଟି ମଧ୍ୟରୁ ଅନ୍ୟତମ।
Advertisment
ଗତ କିଛିଦିନ ହେବ ନନ୍ଦନ କାନନ ପ୍ରାଣୀ ଉଦ୍ୟାନରେ ଜଳହସ୍ତୀ, ସିଂହୀ ବିନି ଓ ହରିଣର ମୃତ୍ୟୁ ଘଟିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
