Advertisment

ଡେଲିଭରି ବୟ, କୁମ୍ଭାର ସମେତ ୫୦ ବର୍ଗଙ୍କୁ ଆଶ୍ୱାସନା; ସ୍ୱାଭାବିକ ମୃତ୍ୟୁରେ ମିଳିବ ୨ ଲକ୍ଷ

ଏହି ବର୍ଗରେ ଆପଣ ଆସୁଥିଲେ କିମ୍ୱା କେହିବି ଆସୁଥିଲେ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତା ୪ ଲକ୍ଷ ଏବଂ ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ୨ ଲକ୍ଷ ଟଙ୍କା ପାଇ ପାରିବେ।

ଅଦ୍ୟତନ ହୋଇଛି
representational image

representational image

Advertisment

ଶ୍ରମିକ ସାମାଜିକ ସୁରକ୍ଷା କଲ୍ୟାଣ ଯୋଜନାରେ ଆଉ ୫୦ ବର୍ଗ ସାମିଲ। ଏହି ବର୍ଗରେ ଆପଣ ଆସୁଥିଲେ କିମ୍ୱା କେହିବି ଆସୁଥିଲେ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତା ୪ ଲକ୍ଷ ଏବଂ ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ୨ ଲକ୍ଷ ଟଙ୍କା ପାଇ ପାରିବେ। ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ପୂର୍ବ ନିଷ୍ପତ୍ତି ସହ ଆଉ ୫୦ ବର୍ଗର ଅଣସଂଗଠିତ କର୍ମଚାରୀଙ୍କୁ ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡର କଲ୍ୟାଣ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହି ବର୍ଗଗୁଡ଼ିକ ହେଲେ – (୧) ଦରଜୀ, ଏମ୍ବ୍ରୋଡୋରୀ କାରିଗର, (୨) ବାରିକ, ସ୍ପା, ସେଲୁନ ଓ ବିଉଟି ପାର୍ଲୋରରେ କାମ କରୁଥିବା କର୍ମଚାରୀ, (୩) ମହାରଣା, (୪) ମତ୍ସ୍ୟଜୀବୀ, (୫) କମାର, (୬) ରେଳବାଇ କୁଲି, (୭) ମାଲ ଲୋଡିଂ ଏବଂ ଅନ୍‌ଲୋଡିଂରେ ନିୟୋଜିତ ଶ୍ରମିକ ତଥା ମୁଣ୍ଡରେ ବୋଝ ବୋହୁଥିବା ଶ୍ରମିକ, (୮) କୁମ୍ଭାର, (୯) ପଥର ଶିଳ୍ପୀ ଏବଂ ସହାୟକ, (୧୦) ଜରି ଗୋଟାଳି, (୧୧) ପରିମଳ କର୍ମଚାରୀ, (୧୨) ରଜକ/ ଲଣ୍ଡ୍ରୀ ଓ Dry Cleaner କର୍ମଚାରୀ, (୧୩) ବୁଣାକାର, ହସ୍ତଶିଳ୍ପ ଓ ହସ୍ତତନ୍ତ କାରିଗର, (୧୪) କତା ଶିଳ୍ପ ଶ୍ରମିକ, (୧୫) ଲୋକକଳା କଳାକାର, (୧୬) ଚିତ୍ରଶିଳ୍ପୀ/ପଟ୍ଟଚିତ୍ର ଶିଳ୍ପୀ, (୧୭) ମାଂସ କଟାଳି, (୧୮) ରତ୍ନ ପଥର ତଥା ସୁନାରୂପା କାରିଗର, (୧୯) ହୋଟେଲ, ରେଷ୍ଟୁରାଣ୍ଟ ଓ ଢାବାରେ କାର୍ଯ୍ୟରତ ଶ୍ରମିକ, (୨୦) ଫଟୋଗ୍ରାଫର ଓ ଭିଡିଓଗ୍ରାଫର, (୨୧) ୱେଲ୍‌ଡିଂ କାରିଗର, ୱେଲ୍‌ଡିଂ ସହାୟକ, (୨୨) ଇଲେକ୍ଟ୍ରିସିଆନ, (୨୩) ପାଣି ପାଇପ ମିସ୍ତ୍ରୀ, (୨୪) Tool Maker, Dye Maker, ରଙ୍ଗ ପ୍ରସ୍ତୁତକାରୀ, (୨୫) ମେକାନିକାଲ ଓ ଇଲେକ୍ଟ୍ରିକାଲ ଯନ୍ତ୍ରାଂଶ ମରାମତି କର୍ମଚାରୀ, (୨୬) ମାଳି, (୨୭) ଆସବାବପତ୍ର ମରାମତିରେ ନିୟୋଜିତ ଶ୍ରମିକ, (୨୮) ତେଜରାତି ଓ ପରିବା ଦୋକାନରେ କାର୍ଯ୍ୟରତ ସହାୟକ, (୨୯) ଫୁଲ ଦୋକାନୀ, (୩୦) ଟେଣ୍ଟହାଉସ/ଡେକୋରେସନ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୧) ବ୍ୟାଣ୍ଡପାର୍ଟି ସଦସ୍ୟ, (୩୨) ମନୋରଞ୍ଜନ କଳାକାର, (୩୩) ମ୍ୟୁଜିସିଆନ ଓ କଣ୍ଠଶିଳ୍ପୀ, (୩୪) ଚଳଚ୍ଚିତ୍ର ଅପରେଟର/ସହାୟକ, (୩୫) ସିନେମା ହଲ୍‌ ବୁକିଂ କ୍ଲର୍କ, (୩୬) ବାଦ୍ୟଯନ୍ତ୍ର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୭) ସମସ୍ତ ପ୍ରକାର କାରିଗର, (୩୮) ବୃକ୍ଷରୋପଣ କାର୍ଯ୍ୟରେ ନିୟୋଜିତ ଶ୍ରମିକ, (୩୯) ଡଙ୍ଗା ଚାଳକ/ସହାୟକ, (୪୦) Snacks ମିକ୍ସଚର୍‌ ଫ୍ୟାକ୍ଟ୍ରି ଶ୍ରମିକ, (୪୧) ଆଚାର, ବଡି, ପାମ୍ପଡ ପ୍ରସ୍ତୁତକାରୀ, (୪୨) ସ-ମିଲ୍‌ ଶ୍ରମିକ, (୪୩) କ୍ଷୀର ବିକ୍ରୟ କରୁଥିବା ବ୍ୟକ୍ତି, (୪୪) କେୟାରଟେକର/ହାଉସ କିପର/Bedside Attendant, (୪୫) କେକ୍‌/କ୍ୟାଣ୍ଡି ପ୍ରସ୍ତୁତକାରୀ, (୪୬) ବରଫ ପ୍ରସ୍ତୁତକାରୀ/ ଆଇସକ୍ରିମ ପ୍ରସ୍ତୁତକାରୀ, (୪୭) ଡାଇରୀ ପ୍ରଡକ୍ଟ ପ୍ରସ୍ତୁତକାରୀ, (୪୮) ଟ୍ରାଭେଲ ଓ ଟୁରିଷ୍ଟ ଗାଇଡ, (୪୯) ଡେଲିଭରୀ ବଏ, (୫୦) କୃଷି ଶ୍ରମିକ (Cultivator) ।

ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍‌ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର ହକର ଏବଂ ସଫେଇ କର୍ମଚାରୀଙ୍କ ପରି ୧୦ଟି ବର୍ଗର ଲୋକ ବୋର୍ଡର କଲ୍ୟାଣ ଯୋଜନାରେ ସୁବିଧା ପାଉଛନ୍ତି।

Advertisment

ବୋର୍ଡରେ ରେଜିଷ୍ଟ୍ରିଭୁକ୍ତ ଶ୍ରମିକମାନଙ୍କୁ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୨ ଲକ୍ଷରୁ ୪ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରାଯାଇଛି। ସେହିପରି ସ୍ୱଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତାକୁ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ଯେ, ୨୦୧୭ ମଇ ପହିଲାରୁ ଆରମ୍ଭ ହୋଇଥିବା ଏହି ବୋର୍ଡ ଜରିଆରେ ବର୍ତ୍ତମାନ ୧୦ଟି ବର୍ଗର ପ୍ରାୟ ୩.୬୫ ଲକ୍ଷ ପଞ୍ଜୀକୃତ ଶ୍ରମିକ ସୁବିଧା ପାଉଛନ୍ତି। ଏବେ ଆଉ ୫୦ ବର୍ଗର ଅଣସଂଗଠିତ ଶ୍ରମିକ ଏହି ଯୋଜନାରୁ ଉପକୃତ ହେବେ।

Odisha Contractual Labor Social Assistance
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe