Advertisment

ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ

ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।

Jita's Dead Body

Jita's Dead Body

Advertisment

କନ୍ଧମାଳ ଜିଲ୍ଲା ମାଣ୍ଡିପଙ୍କା ଆମ୍ବ ଟାକୁଆ ଟ୍ରାଜେଡିରେ ପୁଣି ଜଣଙ୍କ ଜୀବନ ଗଲା। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ମହିଳାଙ୍କର ଆଜି ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାଁ ଜିତା ମାଝୀ। ଏହା ସହିତ ଆମ୍ବ ଟାକୁଆ ଟ୍ରାଜେଡିରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। 

Advertisment

ଗତ ୨ ତାରିଖରେ ଗୁରୁତର ଅବସ୍ଥାରେ ଜିତାଙ୍କୁ SCB ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ମେଡିସିନ ବିଭାଗର ଆଇସିୟୁରେ ରଖାଯାଇଥିଲା। ସେଠାରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ହେମୋ ଡାୟଲିସିସ କରାଯାଉଥିଲା। ହେଲେ ଡାକ୍ତରମାନଙ୍କର ଶତ ଚେଷ୍ଟା ସତ୍ତ୍ୱେ ଆଜି ଅପରାହ୍ନ ୨ଟା ୩୫ ମିନିଟରେ ତାଙ୍କର ମୃତ୍ୟୁ ହୋଇଥିବା ମେଡ଼ିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି। ଆମ୍ବ ଟାକୁଆ ଖାଇ ପୂର୍ବରୁ ବ୍ରହ୍ମପୁରର MKCG ମେଡିକାଲ କଲେଜ ଓ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କ ଜୀବନ ଯାଇଥିଲା।

Advertisment

ଏହି ଆମ୍ବ ଟାକୁଆ ମୃତ୍ୟୁକୁ ନେଇ ରାଜ୍ୟ ରାଜନୀତିରେ ତମ୍ବିତୋଫାନ ଦେଖିବାକୁ ମିଳିଛି। ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ ଘେରିବାକୁ ପ୍ରୟାସ କରିଛନ୍ତି। ଅନ୍ୟପକ୍ଷରେ ଗତ ୫ ତାରିଖରେ ସରକାର ଘଟଣାର ଆରଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। 

Mango Kernel
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe