Advertisment

ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ୨ଟି କିସ୍ତି ମିଳିବ

୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି ନିଆଯାଇଛି।

Subhadra Yojana

Subhadra Yojana

Advertisment

ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି। ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା 'ସୁଭଦ୍ରା' ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ। ଗତକାଲି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

Advertisment

ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

ବର୍ତ୍ତମାନ ସୁଭଦ୍ରା ଯୋଜନାରେ ୧ କୋଟି ୬ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇଛି। ଏହା ମଧ୍ୟରୁ ୮୦,୨୯.୭୪୨୧ ଜଣଙ୍କ ଆବେଦନକୁ (ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ) ମଞ୍ଜୁର କରାଯାଇଛି। ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।

Advertisment

ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ନଥିବା ଅବଶିଷ୍ଟ ଆବେଦନଗୁଡ଼ିକ ବିଚାରାଧୀନ ଅଛି। ବର୍ତ୍ତମାନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆବେଦନ କରିବାର କୌଣସି ଶେଷ ତାରିଖ ରଖାଯାଇ ନଥିଲା। ଆଜି ରାଜ୍ୟ କ୍ୟାବିନେଟ୍‌ରେ ଏହି ପଞ୍ଜୀକରଣର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୦୨୪-୨୫ ଆର୍ଥିକ ବର୍ଷର ସୁଭଦ୍ରା ପଞ୍ଜୀକରଣ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି।

ସେହିପରି ମଧୁବାବୁ ଭତ୍ତା ଯୋଜନା ଏବଂ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧିନରେ ୮୦ ବର୍ଷ କିମ୍ବା ତା’ଠୁ ବୟସ୍କ ଭତ୍ତା ହିତାଧିକାରୀ ଏବଂ ଶତକଡ଼ା ୮୦ ପ୍ରତିଶତ କିମ୍ବା ତା’ଠୁ ଅଧିକ ଭିନ୍ନକ୍ଷମ ଥିବା ହିତାଧିକାରୀଙ୍କ ଭତ୍ତା ରାଶି ୩ ହଜାର ୫ଶହ ଟଙ୍କାକୁ ବୃଦ୍ଧି କରାଯାଇଛି। ଏହା ଚଳିତ ମାସରୁ ହିଁ ଲାଗୁ ହେବ ବୋଲି ନିଷ୍ପତ୍ତି ନିଆଯାଇଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମୋହର ମିଳିଛି। ତା’ମଧ୍ୟରୁ କୃଷି ଉଦ୍ୟୋଗୀଙ୍କୁ ଆସନ୍ତା ୫ ବର୍ଷ ପାଇଁ ରୋଜଗାର ଏବଂ ୠଣ ଦେବା ପାଇଁ ୮୭୪.୧୪ କୋଟି ଟଙ୍କାର ଖର୍ଚ୍ଚ ଅଟକଳକୁ ଅନୁମୋଦନ ମିଳିଛି।

Odisha Cabinet Meeting Subhadra Yojana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe