Advertisment

ବ୍ରହ୍ମପୁର ବୁଢ଼ୀ ଠାକୁରାଣୀ ମନ୍ଦିରର ନବକଳେବରକୁ ମଞ୍ଜୁରୀ, ଖର୍ଚ୍ଚ ହେବ ୧୯କୋଟି

ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ, ବ୍ରହ୍ମପୁରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀ କେବଳ ଗଞ୍ଜାମ ବା ଓଡ଼ିଶା ନୁହେଁ, ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ମଧ୍ୟ ପ୍ରସିଦ୍ଧ ଅଟନ୍ତି ।

Brahmapur Burdhi Thakurani Temple will cost 19 crores

Brahmapur Burdhi Thakurani Temple will cost 19 crores

Advertisment

ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରର  ଉନ୍ନୀତିକରଣ ହେବ । ଏଥିପାଇଁ ଦୁଇଟି ପର୍ଯ୍ୟାୟରେ ୧୮.୯୧ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମନ୍ଦିରର ଉନ୍ନୀତିକରଣ ପ୍ରକଳ୍ପକୁ ଅନୁମୋଦନ ଦେବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Advertisment

ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ, ବ୍ରହ୍ମପୁରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀ କେବଳ ଗଞ୍ଜାମ ବା ଓଡ଼ିଶା ନୁହେଁ, ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ମଧ୍ୟ ପ୍ରସିଦ୍ଧ ଅଟନ୍ତି । ମା’ଙ୍କ ପୂଜାର୍ଚ୍ଚନା ପାଇଁ ପ୍ରତିଦିନ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରୁ ବହୁ ଭକ୍ତ ଆସିଥାନ୍ତି । ଭକ୍ତମାନଙ୍କ ସୁବିଧା ତଥା ମନ୍ଦିରର ବିକାଶ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ଯେଉଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିଛନ୍ତି ସେଥିରେ ମନ୍ଦିରର ବିକାଶ ସହ ମନ୍ଦିର କାନ୍ଥ ତଥା ଚଟାଣରେ ପଛର ବିଛାଯିବା, ଯଜ୍ଞକୁଣ୍ଡ, ମନ୍ଦିର କାର୍ଯ୍ୟାଳୟର ପୁନଃନିର୍ମାଣ, ପାଚେରୀ, ଉଦ୍ୟାନ, ସୁସଜ୍ଜିତ ପ୍ରବେଶ ସମେତ ମନ୍ଦିରକୁ କଳିଙ୍ଗ ସ୍ଥାପତ୍ୟରେ ସୁଶୋଭିତ କରାଯିବ । ସେହିପରି ଭକ୍ତ ଓ ପର୍ଯ୍ୟଟକଙ୍କ ହସ୍ତପଦ ଧୋଇବା ପାଇଁ ପାଣିର ବ୍ୟବସ୍ଥା, ପ୍ରେକ୍ଷାଳୟ ଆଦି ନିର୍ମାଣ କରାଯିବ । ଏହାସହିତ ବିଭିନ୍ନ କାର୍ଯ୍ୟରେ ବ୍ୟବହାର ପାଇଁ ହଲ୍‌, ପୂଜକମାନଙ୍କ ପାଇଁ ଗୃହ, ମନ୍ଦିର ରୋଷଘର, ଭୋଗମଣ୍ଡପ ମଧ୍ୟ ନିର୍ମାଣ କରାଯିବ । ମନ୍ଦିରକୁ ଆହୁରି ଆକର୍ଷଣୀୟ କରିବା ।ଇଁ ଆଲୋକ ସଜ୍ଜା ମଧ୍ୟ କରାଯିବ । ମନ୍ଦିରକୁ ଯାଇଥିବା ରାସ୍ତାର ଉନ୍ନତୀକରଣ, ପାର୍କିଂ ବ୍ୟବସ୍ଥା, ଶୌଚାଳୟ, ଲ୍ୟାଣ୍ଡସ୍କେପିଂ ସମେତ ବୃକ୍ଷରୋପଣ ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ରାଜ୍ୟ ସରକାର ପକ୍ଷରୁ କୁହାଯାଇଛି ।

ନିକଟରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ ଏହି ମନ୍ଦିର ପରିଦର୍ଶନରେ ଯାଇ ଏହାର ବିକାଶ ପ୍ରସଙ୍ଗରେ ସ୍ଥାନୀୟ ଲୋକେ, ମନ୍ଦିରର ସେବାୟତ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଥିଲେ ।

Advertisment

Odisha Ganjam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe