Advertisment

OPSC ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଅରୁଣ ଷଡ଼ଙ୍ଗୀ

ଶ୍ରୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ।

ଅଦ୍ୟତନ ହୋଇଛି
Arun sarangi

Arun sarangi

Advertisment

ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ୧୯୯୦ ବ୍ୟାଚର ଆଇପିଏସ୍ ଅରୁଣ ଷଡ଼ଙ୍ଗୀ। ଆଜି ଲୋକସେବା ଭବନ ସେ ଡଃ ସରିତା ସୁପକାରଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓପିଏସସି ଅଧ୍ୟକ୍ଷ ପଦରୁ ସତ୍ୟଜିତ୍ ମହାନ୍ତି ୨୦୨୩ ଅଗଷ୍ଟ ମାସରେ ଅବସର ନେବା ପରଠୁ ଓପିଏସସି ସଦସ୍ୟ ଡଃ ସରିତା ସୁପକାର କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱ ତୁଲାଉ ଥିଲେ।

Advertisment

ଦାୟିତ୍ୱ ଗ୍ରହଣ କରିବା ପରେ ଅରୁଣ ଷଡ଼ଙ୍ଗୀ କହିଛନ୍ତି, ଗୁରୁ ଦାୟିତ୍ୱ ମିଳିଛି, ସୂଚାରୁ ରୂପେ ତୁଲାଇବି। OPSC ପରୀକ୍ଷାରେ଼ ସ୍ୱଚ୍ଛତା, ସଠିକ ମୂଲ୍ୟାୟନ ଓ ସନ୍ଦେହ ବିହୀନ ପରୀକ୍ଷା ପରିଚାଳନା କରିବା ସବୁଠୁ ବଡ଼ ଦାୟିତ୍ୱ ରହିବ। କେହି ଯେପରି OPSCର ପରୀକ୍ଷାକୁ ନେଇ ପ୍ରଶ୍ନ ଉଠାଇବେନି ସେ ନେଇ ସବୁ ପଦକ୍ଷେପ ନିଆଯିବ। ଯଦି କୌଣସି ଆଶାୟୀ କାହାକୁ ଆପ୍ରୋଚ କରି କିମ୍ବା ପଇସା ଦେଇକି ଚାକିରି କରିବାକୁ ଆଶା ରଖୁଥିବେ, ତାହା ହେଲେ ସେହି ଆଶାୟୀ ଜଣଙ୍କ ଜାଣି ରଖିବା ଦରକାର ସେ ଲୋକଟା ତାଙ୍କୁ ଠକୁଛି। ଆଶାୟୀ ଜଣଙ୍କ ସେଥିରୁ ନିବୃତ୍ତ ରୁହନ୍ତୁ।

ଅରୁଣ ଷଡ଼ଙ୍ଗୀ କହିଛନ୍ତି, ସାଢ଼େ ୩୩ ବର୍ଷ ହେବ ମୁଁ ପୁଲିସ ବିଭାଗରେ ଚାକିରି କରିଥିଲି। ଚାକିରି ଅବଧିର ୧୦ ମାସ ପୂର୍ବରୁ ଅବସର ନେଇଛି। ମୁଁ ମୋ ବର୍ଦ୍ଦିକୁ ଭାରି ଭଲ ପାଏ। ଅବସର ନେବା ପରେ ମୁଁ ଆଉ କେବେ ବର୍ଦ୍ଦି ପିନ୍ଧି ପାରବି ନାହିଁ ଭାବି ମୋତେ କଷ୍ଟ ହେଉଛି। ବର୍ଦ୍ଦି ମୋର ପରିଚୟ ଥିଲା। ସାଢ଼େ ୩୩ ବର୍ଷ ଚାକିରି କାଳରେ ସମସ୍ତଙ୍କ ଶୁଭେଚ୍ଛା ଓ ସହଯୋଗ ମୋତେ ମିଳିଛି ବୋଲି କହିଛନ୍ତି ଅରୁଣ ଷଡ଼ଙ୍ଗୀ।

Advertisment

ପୂର୍ବର ବିଜେଡି ସରକାର ୨୦୨୩ ଡିସେମ୍ବର ୩୧ ତାରିଖରେ ଅରୁଣ ଷଡ଼ଙ୍ଗୀଙ୍କୁ ରାଜ୍ୟ ପୁଲିସ ଡିଜି ଭାବେ ଅସ୍ଥାୟୀ ଦାୟିତ୍ୱ ନ୍ୟସ୍ତ କରିଥିଲେ। ଗତ ଜୁନ୍ ମାସରେ ରାଜ୍ୟରେ ନୂଆ ସରକାର କ୍ଷମତାକୁ ଆସିବା ପରେ ମଧ୍ୟ ଅସ୍ଥାୟୀ ଡିଜିପି ଭାବେ କାର୍ଯ୍ୟ କରୁଥିଲେ ଶ୍ରୀ ଷଡ଼ଙ୍ଗୀ। ସେ ସ୍ଥାୟୀ ଡିଜିପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା। ତେବେ ଶେଷରେ ବିଜେପି ସରକାର ଅରୁଣ ଷଡ଼ଙ୍ଗୀଙ୍କ ବ୍ୟାଚ୍‌ର ଆଇପିଏସ୍ ଅଫିସର ୱାଇ. ବି ଖୁରାନିଆଙ୍କୁ ଡିଜିପି ଭାବେ ନିଯୁକ୍ତି ଦେଇଥିଲେ।

ପରେ ଶ୍ରୀ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ସେପ୍ଟେମ୍ବର ୨୭ ତାରିଖରେ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଥିଲେ। ଆଉ ଶ୍ରୀ ଷଡ଼ଙ୍ଗୀ ନିଜର ନୂଆ ଦାୟିତ୍ୱ ସମ୍ଭାଳିବା ପାଇଁ ସେପ୍ଟେମ୍ବର ୩୦ ତାରିଖରେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନିମନ୍ତେ ଆବେଦନ କରିଥିଲେ। ଅକ୍ଟୋବର ୭ ତାରିଖ ପୂର୍ବାହ୍ନରୁ ତାଙ୍କୁ ଅବସର ପାଇଁ ଅନୁମତି ଦେବାକୁ ଅନୁରୋଧ କରିଥିଲେ। ରାଜ୍ୟ ସରକାର ସର୍ବଭାରତୀୟ ସେବା ରୁଲସ-୧୯୫୮ର ଉପଧାରା-୨ରେ ଥିବା ସର୍ତ୍ତାବଳୀକୁ କୋହଳ କରି ତାଙ୍କୁ ଚାକିରିରୁ ଅବସର ନେବାକୁ ଅନୁମତି ମିଳିଥିଲା। ଗତକାଲି ସେ ପୁଲିସ ଚାକିରିରୁ ଅବସର ନେଇଥିଲେ। ଶ୍ରୀ ଷଡ଼ଙ୍ଗୀଙ୍କର ଚାକିରି ୨୦୨୫ ଜୁଲାଇ ପର୍ଯ୍ୟନ୍ତ ଥିଲା। ଚାକିରି ଅବଧିର ୧୦ ମାସ ପୂର୍ବରୁ ସେ ଅବସର ନେଇଥିଲେ। 

Opsc Arun Sarangi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe