Advertisment

ଆଜିଠୁ ରତ୍ନଭଣ୍ଡାର ସର୍ଭେ, ୩ଦିନ ଦର୍ଶନ ବନ୍ଦ

ରତ୍ନଭଣ୍ଡାର ଭିତରେ ଗୁପ୍ତ ସୁଡ଼ଙ୍ଗର ସନ୍ଧାନ କରି ASI ଟିମ୍। ତନ୍ନ ତନ୍ନ କରି ହେବ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍ ସର୍ଭେ। ଏହି ସମୟରେ ୩ ଦିନ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Puri Temple

Puri Temple

Advertisment

ପ୍ରାରମ୍ଭିକ ଯାଂଚ ସରିବା ପରେ, ଆଜିଠୁ ପୁଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ। ରତ୍ନଭଣ୍ଡାର ଭିତରେ ଗୁପ୍ତ ସୁଡ଼ଙ୍ଗର ସନ୍ଧାନ କରି ASI ଟିମ୍। ତନ୍ନ ତନ୍ନ କରି ହେବ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍ ସର୍ଭେ। ଏହି ସମୟରେ ୩ ଦିନ  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Advertisment

ରିପୋର୍ଟ ଆସିବା ପରେ ମରାମତି ଓ ଗଣତି ମଣତି ହେବ ବୋଲି କହିଛନ୍ତି ପୁରୀ ଜିଲ୍ଲାପାଳ। ଏହି ସର୍ଭେ ୩ ଦିନ ଧରି ଚାଲିବ। ଆସନ୍ତା ୨୪ ତାରିଖ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତାପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରି ରିପୋର୍ଟ ଦାଖଲ କରିବାକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। 

ଏହାପରେ ଆଜିଠୁ ସର୍ଭେ ପାଇଁ ନିଷ୍ପତ୍ତି ହୋଇଛି। ରାଜ୍ୟସରକାରଙ୍କ SOP ମୁତାବକ ନିରୀକ୍ଷଣ ପ୍ରକ୍ରିୟା ହେବ। ତେଣେ ଯାଞ୍ଚ ବେଳେ ସର୍ବସାଧାରଣ ଦର୍ଶନ ୩ ଦିନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ସୂଚନା ଅନୁସାରେ ଗତ ୧୮ ତାରିଖରେ ଏଏସଆଇ ପକ୍ଷରୁ ରତ୍ନଭଣ୍ଡାର ବୈଷୟିକ ସର୍ଭେ କରାଯାଇଥିଲା। ଏଏସଆଇ ଏଡିଜି ଜାନ୍‌ଭିଜ୍‌ ଶର୍ମାଙ୍କ ନେତୃତ୍ୱରେ ୧୭ ଜଣିଆ ଟିମ୍‌ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଥିଲେ । 

Puri Shreemandir
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe