Advertisment

କାଲିଠୁ ପୁଣି ରତ୍ନଭଣ୍ଡାର ନିରୀକ୍ଷଣ କରିବ ASI, ଅପରାହ୍ନ ୨ଟାରୁ ଦର୍ଶନ ବନ୍ଦ

ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତା’ପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରିବାକୁ ଚିଠି ଲେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

author-image
Tapaswini Nayak
ଅଦ୍ୟତନ ହୋଇଛି
Puri

Puri

ଆସନ୍ତାକାଲିଠୁ ପୁଣି ଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର କରାଯିବ ବୈଷୟିକ ସର୍ଭେ। ବୈଷୟିକ ସର୍ଭେ କରାଯିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ୨୧, ୨୨ ଓ ୨୩ ତାରିଖରେ ଏହି ବୈଷୟିକ ସର୍ଭେ କରାଯିବ। ଏହି ୩ ଦିନ ୨ଟାରୁ ସନ୍ଧ୍ୟା ୬ଟା ଯାଏ ASI ପକ୍ଷରୁ ସର୍ଭେ କରାଯିବ।ଏହି ସମୟରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ।

Advertisment

ଦୁଇ ଦିନ ତଳେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ସରିଛି ଲେଜର ସ୍କାନିଂ। ଏଏସଆଇ ଏଡିଜି ଜାନ୍ ଭିଜ୍ ଶର୍ମାଙ୍କ ନେତୃତ୍ୱରେ ୧୭ ଜଣିଆ ଟିମ୍ ତନ୍ନ ତନ୍ନ କରି ଯାଞ୍ଚ କରିବା ସହ ଲେଜର ସ୍କାନିଂ କରିଛନ୍ତି। ସେପ୍ଟେମ୍ବର ୨୪ ସୁଦ୍ଧା ରତ୍ନ ଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ASI ମହା ନିର୍ଦ୍ଦେଶକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଚିଠି ଲେଖିଥିଲେ।

ଆସନ୍ତା ୨୪ ତାରିଖ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବ। ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଚାଲିବ। ତେଣୁ ତା’ପୂର୍ବରୁ ବାକି ଥିବା ବୈଷୟିକ ସର୍ଭେ ସାରିବାକୁ ଚିଠି ଲେଖିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Advertisment
Puri Shreemandir Puri ASI